ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟ ବିଭିନ୍ନ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପାଇଁ ୮ଟି ଜିଲାକୁ ରେଡ ୱାର୍ଣ୍ଣିଂ, ୧୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରାଇଛି ପାଣିପାଗ ବିଭାଗ । ସେହିଭଳି ୨୭ ତାରିଖ ଅର୍ଥାତ ଆସନ୍ତାକାଲି ୧୧ଟି ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ । ତେଣୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜାରି କରିଥିବା ସୂଚନାନୁସାରେ, ୨୮ ତାରିଖରେ ସାରା ରାଜ୍ୟରେ ନିଆଁ ବର୍ଷା ହୋଇପାରେ । ୧୮ଟି ଜିଲାକୁ ରେଡ ୱାର୍ଣ୍ଣିଂ ଓ ୧୨ଟି ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ ଦେଇ ଖରାକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ସେହିଭଳି ୨୯ ଓ ୩୦ ତାରିଖରେ ୮ଟି ଜିଲାରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ହେବା ନେଇ ଆକଳନ କରି ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ୧୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରାରୁ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର ବୋଲି ଜଣାପଡିଛି । ଝାରସୁଗୁଡାରେ ସର୍ବାଧିକ ୪୦. ୪ ଡିଗ୍ରୀ ପାରଦ ରେକର୍ଡ ହୋଇଛି ।

ସେହିପରି ଝାରସୁଗୁଡା ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩ ଡିଗ୍ରୀ, ହୀରାକୁଦର ୪୩ ଡିଗ୍ରୀ, ରାଉରକେଲାର ୪୨ ଡିଗ୍ରୀ, କେନ୍ଦୁଝରର ୪୧.୮ ଡିଗ୍ରୀ, ଚାନ୍ଦବାଲିର ୪୧.୬ ଡିଗ୍ରୀ, ଭୁବନେଶ୍ୱର ୪୦.୫ ଡିଗ୍ରୀ, ବାଲେଶ୍ୱରର ୩୯.୬ ଡିଗ୍ରୀ, ପୁରୀର ୩୪.୪ ଡିଗ୍ରୀ,ଗୋପାଳପୁରର ୩୩.୬ ଡିଗ୍ରୀ, ପାରାଦୀପର ୩୩.୯ ଡିଗ୍ରୀ ରେକର୍ଡ କରାଯାଛି।

ସେପଟେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓ ୪୫ କିମ୍ବା ତା’ଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri