ସରକାରୀ କାର୍ଯ୍ୟାଳୟ ନିର୍ମାଣରେ ବ୍ୟବହାର ହେଉଛି ନାଲି ଇଟା

ପଟ୍ଟାମୁଣ୍ଡାଇ,୧୪ା୧୧(ସ୍ବ.ପ୍ର.): ସରକାରୀ ଦପ୍ତର ଘର ନିର୍ମାଣରେ ଫ୍ଲାଇଆସ୍‌ ଇଟା ବ୍ୟବହାର କରାଯିବ ବୋଲି ନିୟମ ରହିଛି। ଏଥିପାଇଁ ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ବିଲଡିଂ ବାଇ ଲ’ ଦିଆଯାଇଛି। ମାଟି ଇଟା ପୋଡ଼ିବା ଦ୍ୱାରା ସେହି ଧୂଆଁରେ ପରିବେଶ ପ୍ରଦୂଷିତ ହେଉଛି। ତେଣୁ ତାପଜ ବିଦ୍ୟୁତ୍‌ କେନ୍ଦ୍ରରୁ ବାହାରୁଥିବା ଫ୍ଲାଇ ଆସ୍‌ରେ ତିଆରି ଇଟା ଯେପରି ଘର ନିର୍ମାଣରେ ବ୍ୟବହାର ହୋଇପାରିବ ସେନେଇ ଗୁରୁତ୍ୱ ଦେବାକୁ କୁହାଯାଇଛି। ମାତ୍ର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ନିର୍ମାଣରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି । ପଟ୍ଟାମୁଣ୍ଡାଇ ସବ୍‌ଭିଜନରେ ତିଆରି ହେଉଥିବା ନୂତନ ଗୃହରେ ପୋଡା ନାଲି ଇଟା ବ୍ୟବହାର କରାଯାଉଛି ବୋଲି ଅଭିଯୋଗ ହେଉଛି। ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗର ଏପରି କାମକୁ ପରିବେଶବିତ୍‌ ବିଭୁତି ତ୍ରିପାଠୀ ନିନ୍ଦା କରିଛନ୍ତି।
ସୂଚନାଯୋଗ୍ୟ,ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ ମାଟି ତିଆରି ଇଟା ଭାଟିକୁ ସମ୍ପୂର୍ଣ୍ଣ ନିଷେଧ ବୋଲି ନିର୍ଦ୍ଦେଶ ଦେବା ପରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିଜ୍ଞପ୍ତି ସଂଖ୍ୟା ଇଏନ୍‌ଭି/୧/୧୯/୨୦୧୪(ପିଟି) ୧୩୭୫/ଏଫ୍‌ଓଇ ତା.୧/୧/୨୦୧୬ ମାଧ୍ୟମରେ ସେହି ଇଟାଭାଟି ଉପରେ ନିଷେଧାଦେଶ ଜାରି କରାଯାଇଛି । ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଗ୍ରୀନ ଟ୍ରିବ୍ୟୁନାଲ୍‌ ତଥା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଦେଶନାମାକୁ ଉଲ୍ଲଂଘନ କରି ଛତୁ ଫୁଟିଲା ଭଲି ଜନବସତି ପାଖରେ ନାଲି ଇଟାଭାଟି ସ୍ଥାପନ କରାଯାଇ ବେପାର ଚାଲିଛି। ରାଜସ୍ବ ବିଭାଗର କର୍ମଚାରୀଙ୍କ ସହିତ ସଲାସୁତୁରା କରି ବେଧଡ଼କରେ ଏଭଳି ଇଟା କାରବାର ଚାଲିଥିବା ବେଳେ ଏବେ ସରକାରୀ ଦପ୍ତର ପାଇଁ ସେହି ଇଟା ବ୍ୟବହାର କରାଯାଉଛି ବୋଲି ସଚେତନ ନାଗରିକ ମହଲରେ ଚର୍ଚ୍ଚା ହେଉଛି। ଏ ବାବଦରେ ତହସିଲଦାର ଦିଲ୍ଲୀପ ସେଠୀଙ୍କୁ ଯୋଗାଯୋଗ କରିବାରୁ ଏ ନେଇ କୌଣସି ଅଭିେ୍‌ଯାଗ ଆସିନାହଁି, ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?