ସରିଲା ରେଡ ଡ୍ରପ୍‌ ଅଲଟ୍ରା ମାରାଥନ ଅଭିଯାନ: ୫୧ଦିନରେ ୨୭୭୨ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଚାଲିଥିବା ରେଡ ଡ୍ରପ୍‌ ଅଲଟ୍ରା ମାରାଥନ ଅଭିଯାନ ଗୁରୁବାର ଶେଷ ହୋଇଛି। ଦୀର୍ଘ ୫୧ ଧରି ଚାଲିଥିବା ଏହି ଅଭିଯାନରେ ମୋଟ ୨୭୭୨ ୟୁନିଟ ରକ୍ତ ସଂଗୃହୀତ ହୋଇଛି।

ବରଗଡ଼ ବ୍ଲକ ଅଧୀନ ତାଲଶ୍ରୀଗିଡ଼ା ଗ୍ରାମରେ ଉଦ୍‌ଯାପନୀ ଦିବସରେ ଏକ ରକ୍ତଦାନ ଶିବିର ହୋଇଥିଲା। ଗଣଦୃଷ୍ଟିର ସମ୍ପାଦକ ଉମେଶ ବିଶ୍ୱାଳ, ପ୍ରଦୀପ ପାଢ଼ୀ, ସ୍ଥାନୀୟ ସରପଞ୍ଚ ରିକନ ସାହୁ ଶିବିରକୁ ଉଦ୍‌ଘାଟନ କରିଥିଲେ। ଶିବିରରେ ବୁର୍ଲା ରକ୍ତଭଣ୍ଡାର କର୍ମଚାରୀଙ୍କ ଦ୍ୱାରା ୪୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।

ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୀବନ ସଂଯୋଗ ଏବଂ ନିଷ୍ଠା ପରିବାରର ସ୍ବେଚ୍ଛାସେବୀମାନେ ଶିବିର ପରିଚାଳନା କରିଥିଲେ। ଅନୁରୂପଭାବେ ଉଦ୍‌ଯାପନୀ ଦିବସରେ ଖଣ୍ଡହଥା ଆନ୍ଧ୍ରକ୍ୟାମ୍ପସ୍ଥିତ ନିଷ୍ଠା ଭବନରେ ଆଉ ଏକ ରକ୍ତଦାନ ଶିବିର ହୋଇଥିଲା।

ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶିବିରକୁ ଉଦ୍‌ଘାଟନ କରିଥିବାବେଳେ ନିଷ୍ଠା ପରିବାରର ସ୍ବେଚ୍ଛାସେବୀମାନେ ଉତ୍ସାହର ସହିତ ରକ୍ତଦାନ କରିଥିଲେ। ଶିବିରରୁ ବରଗଡ଼ ରକ୍ତ ଭଣ୍ଡାର କର୍ମଚାରୀମାନେ ୩୦ୟୁନିଟ ରକ୍ତ ସଂଗ୍ରହ କରିଥିଲେ।

ରକ୍ତ ସଂଗ୍ରହରେ ଏହି ଅଭିଯାନ ଅନନ୍ୟ ଏବଂ ପ୍ରଥମଥର ପାଇଁ ସଫଳତାର ସହିତ ସମ୍ପନ୍ନ ହୋଇଥିବା ଯୋଗୁ ନିଷ୍ଠା ପରିବାରର ଉପଦେଷ୍ଟା ଦୁର୍ବାଦଳ ଷଡ଼ଙ୍ଗୀ, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ସଭାପତି ରକ୍ଷପାଳ ସାହୁ, ସମ୍ପାଦକ ଲୋକନାଥ ସାହୁ, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ସାହୁ ସମସ୍ତ ରକ୍ତଦାତା, ସହଯୋଗୀ ଅନୁଷ୍ଠାନ ଏବଂ ଶୁଭେଚ୍ଛୁଙ୍କୁ କୃତଜ୍ଞତା ଜ୍ଞାପନ କରିଥିବା ବେଳେ ଅନୁଷ୍ଠାନର ଇତିହାସରେ ଏହା ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଭାବେ ଲିପିବଦ୍ଧ ରହିବ ବୋଲି କହିଛନ୍ତି।

ସୂଚନାଯାଗ୍ୟ, ଏହି ଅଭିଯାନ ଜାନୁୟାରୀ ୧ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରତ୍ୟେକ ଦିନ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଶିବିର ଆୟୋଜିତ ହୋଇ ରକ୍ତ ସଂଗ୍ରହ କରାଯାଇଥିଲା। ନିଷ୍ଠା ପରିବାରର ଏହି ଅଭିଯାନକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri