୪ ଜିଲାକୁ ରେଡ୍‌, ୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୦ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୫୦ କିମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଶନିବାର ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗ ଇଞ୍ଜିନିୟରମାନଙ୍କୁ କୁହାଯାଇଛି। ଏଥିସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେ ସବୁ ସ୍ଥାନକୁ ଜଳମୁକ୍ତ କରିବା ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କେତେକ ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ଅତି ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।
ଏହାଛଡ଼ା ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏହି ଜିଲାଗୁଡିକ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ରବିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସୋମବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?