Posted inଜାତୀୟ

ଗୁରୁବାରଠାରୁ ଦିଲ୍ଲୀରେ ରେଡ ଲାଇଟ ଅନ , ଗାଡି ଅଫ ନିୟମ ଲାଗୁ, ଗଡିବନି ବାଇକ…

ନୂଆଦିଲ୍ଲୀ,୨୩।୧୦ : ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟଙ୍କ ନେତୃତ୍ୱରେ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପୁଣି ଥରେ ‘ରେଡ ଲାଇଟ ଅନ, ଗାଡି ଅଫ’ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଅଭିଯାନ ଗୁରୁବାର ଠାରୁ ଆରମ୍ଭ ହେବ। ମନ୍ତ୍ରୀ ଗୋପାଳ ରାୟ ନିଜେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବାଇକ ସବୁଠୁ ଅଧିକ ପ୍ରଦୂଷଣ ସୃଷ୍ଟି କରୁଛି ଏବଂ ମୋଟରସାଇକେଲ ଚାଳକମାନଙ୍କୁ ସେମାନଙ୍କର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସି) ଅପଡେଟ କରିବାକୁ ଅନୁରୋଧ କରାଯାଇଛି।

ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ଦିଲ୍ଲୀରେ ୧୩ଟି ହଟସ୍ପଟ ପ୍ରଦୂଷଣ ରହିଛି। ରବିବାର ଶାଦିପୁର, ମନ୍ଦିର ମାର୍ଗ, ପଟପଡଗଞ୍ଜ, ସୋନିଆ ବିହାର ଏବଂ ମୋତି ବାଗ ସମେତ ଅନ୍ୟ ଆଠଟି କେନ୍ଦ୍ର ସ୍ଥାନୀୟ କାରଣରୁ ଏକ୍ୟୁଆଇ ସ୍ତର ୩୦୦ ରୁ ଅଧିକ ରେକର୍ଡ କରିଛି। ସ୍ଥାନୀୟ ପ୍ରଦୂଷଣର ଉତ୍ସ ଚିହ୍ନଟ ଏବଂ ଯାଞ୍ଚ କରିବା ପାଇଁ ଏଠାରେ ସ୍ବତନ୍ତ୍ର ଦଳ ନିୟୋଜିତ କରାଯିବ। ରାଜଧାନୀର ୨୪ଘଣ୍ଟାର ହାରାହାରି ବାୟୁ ଗୁଣବତ୍ତା ସୂଚକାଙ୍କ ରବିବାର ଦିନ ଖରାପ ହୋଇଛି।

ସମ୍ପୃକ୍ତ ବିଭାଗର ଅଧିକାରୀଙ୍କ ସହ ରାୟଙ୍କ ବୈଠକରେ ବିଭିନ୍ନ ପଦକ୍ଷେପଗୁଡ଼ିକର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ଧ୍ୟାନ ଦିଆଯିବ। ଭାରତ ପାଣିପାଗ ବିଭାଗର ଅଧିକାରୀ କହିଛନ୍ତି ତାପମାତ୍ରା ହ୍ରାସ ହେବା ସହ ଷ୍ଟଲ ଜଳିବା କାରଣରୁ ଦିଲ୍ଲୀ-ଏନସିଆରରେ ବାୟୁ ଗୁଣବତ୍ତା ଆସନ୍ତା କିଛି ଦିନ ପାଇଁ ଅତ୍ୟନ୍ତ ଖରାପ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri