ଡରୁଛନ୍ତି ରଣବୀର

ବଲିଉଡର ରୋମାଣ୍ଟିକ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ନିକଟରେ ମାତାପିତା ହୋଇଛନ୍ତି। ନିକଟରେ ଆଲିଆ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାପରେ ରଣବୀର-ଆଲିଆଙ୍କ ଜୀବନରେ ଅନେକ ପରିବର୍ତ୍ତନ ଘଟିଛି। ପିତା ହେବା ପରେ ଏକ ସାକ୍ଷାତକାରରେ ରଣବୀର ତାଙ୍କ ଅନୁଭୂତି ବାଣ୍ଟିଥିଲେ।
ନିକଟରେ ରଣବୀର ସାଉଦି ଆରବର ଜେଡ୍ଡା ଠାରେ ଅନୁଷ୍ଠିତ ରେଡ୍‌ ସି ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବରେ ଯୋଗ ଦେଇଥିଲେ। ଏକ କାର୍ଯ୍ୟକ୍ରମରେ ସେ ପିତା ହେବା ପରେ ନିଜର ସବୁଠାରୁ ବଡ ଭୟ ବିଷୟରେ ମଧ୍ୟ ପ୍ରକାଶ କରିଥିଲେ।
ଝିଅ ରାହା ଜନ୍ମ ପରେ ତାଙ୍କ ଜୀବନରେ କ’ଣ ପରିବର୍ତ୍ତନ ହୋଇଛି ପ୍ରଶ୍ନରେ ରଣବୀର କୁହନ୍ତି, ମୁଁ ଭାବୁଛି ମୋତେ ଆହୁରି ଆଗରୁ ପିତା ହେବାର ଥିଲା। କାରଣ ମୋ ଝିଅକୁ ୨୦ ବର୍ଷ ବୟସ ହେବା ବେଳକୁ ମୋର ବୟସ ୬୦ ହୋଇଥିବ। ସେତେବେଳେ ମୁଁ ତାଙ୍କ ସହ ଫୁଟବଲ ଖେଳିବାକୁ ସମର୍ଥ ହେବି କି? ମୁଁ ତାଙ୍କ ସହିତ ଦୌଡି ପାରିବି କି?
ରଣବୀରଙ୍କ ଅନୁଯାୟୀ, ଆଲିଆ ଏବଂ ମୁଁ ଏକାଠି ରାହା ପାଇଁ ସମୟ ପରିଚାଳନା କରିବୁ। ଆଲିଆ କାମକୁ ଗଲେ, ମୁଁ ଝିଅ ସହିତ ରହିବି। ମୁଁ କାର୍ଯ୍ୟକୁ ଗଲେ, ଆଲିଆ ଘରେ ଉପସ୍ଥିତ ରହିବେ। ଆଜିକାଲି ରଣବୀର କପୁର ତାଙ୍କର ନୂଆ ଫିଲ୍ମ ‘ଆନିମଲ୍‌’ ଶୁଟିଂରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?