ନୂଆଦିଲ୍ଲୀ,୨ା୪: ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ କମର୍ସିଆଲ ଗ୍ୟାସ୍ (୧୯ କି.ଗ୍ରା.), ବିମାନ ଇନ୍ଧନ ଦର ହ୍ରାସ ପାଇଛି। ବିଶେଷ କରି ଦେଶର ପ୍ରମୁଖ ତୈଳ ବିପଣନକାରୀ କମ୍ପାନୀଗୁଡ଼ିକଙ୍କ ପକ୍ଷରୁ ସୋମବାର ନୂଆ ଦର ସୂଚୀ ଲାଗୁ କରାଯାଇଛି। ଉଲ୍ଲେଖଯୋଗ୍ୟ, ଘରୋଇ ବଜାରରେ କମର୍ସିଆଲ ଗ୍ୟାସ ଦର ୩୦.୫୦ଟଙ୍କାରୁ ୩୨ ଟଙ୍କା ମଧ୍ୟରେ ହ୍ରାସ ହୋଇଥିବାବେଳେ ବିମାନ ଇନ୍ଧନ ୦.୪୯% ଏବଂ ୫ ଲିଟର ଏଫ୍ଟିଏଲ୍ ଗ୍ୟାସ୍ ସିଲିଣ୍ଡର ଦର ମଧ୍ୟ ୭.୫ ଟଙ୍କା କମିଛି। ନୂଆଦିଲ୍ଲୀରେ କମର୍ସିଆଲ ଗ୍ୟାସ (୧୯କି.ଗ୍ରା.) ଦର ୧୭୬୪.୫୦ ଟଙ୍କାରେ ବିକ୍ରି ହେଉଥିଲାବେଳେ ଘରୋଇ ଗ୍ୟାସ (୧୪.୨ କିଗ୍ରା) ୮୦୩ ଟଙ୍କାରେ ରହିଛି। ସେହିପରି କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇ ଭଳି ପ୍ରମୁଖ ସହରରେ କମର୍ସିଆଲ ଗ୍ୟାସ ଦର ଯଥାକ୍ରମେ ୧୮୭୯ ଟଙ୍କା, ୧୭୧୭.୫୦ ଟଙ୍କା ଏବଂ ୧୯୩୦ ଟଙ୍କାରେ କାରବାର ହେଉଥିବାବେଳେ ଉପରୋକ୍ତ ସହରରେ ଘରୋଇ ଗ୍ୟାସ ଦର ଯଥାକ୍ରମେ ୮୨୯ ଟଙ୍କା, ୮୦୨.୫୦ ଟଙ୍କା ଏବଂ ୮୧୮.୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ବିମାନ ଇନ୍ଧନ ଦର କିଲୋ ଲିଟର ପିଛା ୦.୪୯% ବା ୫୦୨.୯୧ କମି ୧୦୦, ୮୯୩, ୬୩ ଟଙ୍କାରେ ବିକ୍ରି ହେଉଛି। ଅପରପକ୍ଷରେ ଭୁବନେଶ୍ୱରରେ କମର୍ସିଆଲ ଗ୍ୟାସ ଦର ୩୨ ଟଙ୍କା କମି ୧୯୧୬ ଟଙ୍କାରେ କାରବାର ହେଉଥିଲାବେଳେ ଘରୋଇ ଗ୍ୟାସ ଦର ୮୨୯ ଟଙ୍କା ରହିଛି।
ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…
ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…
ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର
ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…
୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ
ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…
ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!
ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…
ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର
ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍ ସ୍ପିନର୍ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…
SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…
ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

