Posted inଜାତୀୟ

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି ହୋଇଛି। ଏହା ଉପରେ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମନା ଜୁବେରଙ୍କ ଆଇନଜୀବୀଙ୍କୁ ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚରେ ଏହାକୁ ଉଲ୍ଲେଖ କରିବାକୁ କହିଛନ୍ତି। ଯେଉଁଠାରେ ଏହି ମାମଲାର ଶୁଣାଣି ହୋଇସାରିଛି। ଜୁବେରଙ୍କ ଆଇନଜୀବୀ ବୃନ୍ଦା ଗ୍ରୋଭର ସିଜେଆଇଙ୍କୁ କହିଛନ୍ତି ଯେ ଆଜି ଏହି ମାମଲାର ଶୁଣାଣି ହେବା ଉଚିତ।

ମହମ୍ମଦ ଜୁବେର ଉତ୍ତରପ୍ରଦେଶ ପୋଲିସ ଦ୍ୱାରା ପଞ୍ଜିକୃତ ହୋଇଥିବା ୬ ଟି ଏଫଆଇଆର ରଦ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି। ତାଙ୍କ ବିରୋଧରେ ଯାଞ୍ଚ ପାଇଁ ଗଠିତ ଏସଆଇଟିର ସାମ୍ବିଧାନିକତାକୁ ମଧ୍ୟ ଚ୍ୟାଲେଞ୍ଜ କରାଯାଇଛି। ଉତ୍ତରପ୍ରଦେଶର ମୁଜାଫରନଗର, ଗାଜିଆବାଦ, ସୀତାପୁର, ଲକ୍ଷ୍ମପୁର ଏବଂ ହାଥରସରେ ଜୁବେରଙ୍କ ବିରୋଧରେ ମୋଟ ୬ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ତାଙ୍କ ଆବେଦନରେ ଜୁବେର ଏହି ଏଫଆଇଆରଗୁଡ଼ିକର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନକୁ ବିରୋଧ କରିଛନ୍ତି। ଉତ୍ତରପ୍ରଦେଶ ପୋଲିସର ଇନ୍ସପେକ୍ଟର ଜେନେରାଲଙ୍କ ନେତୃତ୍ୱରେ ୟୁପି ସରକାର ନିକଟରେ ଏକ ଏସଆଇଟି ଗଠନ କରିବାକୁ ଘୋଷଣା କରିଛନ୍ତି। ଜୁବେରଙ୍କୁ ସୀତାପୁର ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳି ସାରିଛି। ସେହିପରୀ ଦିଲ୍ଲୀ ମାମଲାରେ ଶୁକ୍ରବାର ପଟିଆଲା ହାଉସ୍‌ କୋର୍ଟ ଜୁବେରଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri