Posted inଜାତୀୟ

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି ହୋଇଛି। ଏହା ଉପରେ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମନା ଜୁବେରଙ୍କ ଆଇନଜୀବୀଙ୍କୁ ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚରେ ଏହାକୁ ଉଲ୍ଲେଖ କରିବାକୁ କହିଛନ୍ତି। ଯେଉଁଠାରେ ଏହି ମାମଲାର ଶୁଣାଣି ହୋଇସାରିଛି। ଜୁବେରଙ୍କ ଆଇନଜୀବୀ ବୃନ୍ଦା ଗ୍ରୋଭର ସିଜେଆଇଙ୍କୁ କହିଛନ୍ତି ଯେ ଆଜି ଏହି ମାମଲାର ଶୁଣାଣି ହେବା ଉଚିତ।

ମହମ୍ମଦ ଜୁବେର ଉତ୍ତରପ୍ରଦେଶ ପୋଲିସ ଦ୍ୱାରା ପଞ୍ଜିକୃତ ହୋଇଥିବା ୬ ଟି ଏଫଆଇଆର ରଦ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି। ତାଙ୍କ ବିରୋଧରେ ଯାଞ୍ଚ ପାଇଁ ଗଠିତ ଏସଆଇଟିର ସାମ୍ବିଧାନିକତାକୁ ମଧ୍ୟ ଚ୍ୟାଲେଞ୍ଜ କରାଯାଇଛି। ଉତ୍ତରପ୍ରଦେଶର ମୁଜାଫରନଗର, ଗାଜିଆବାଦ, ସୀତାପୁର, ଲକ୍ଷ୍ମପୁର ଏବଂ ହାଥରସରେ ଜୁବେରଙ୍କ ବିରୋଧରେ ମୋଟ ୬ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ତାଙ୍କ ଆବେଦନରେ ଜୁବେର ଏହି ଏଫଆଇଆରଗୁଡ଼ିକର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନକୁ ବିରୋଧ କରିଛନ୍ତି। ଉତ୍ତରପ୍ରଦେଶ ପୋଲିସର ଇନ୍ସପେକ୍ଟର ଜେନେରାଲଙ୍କ ନେତୃତ୍ୱରେ ୟୁପି ସରକାର ନିକଟରେ ଏକ ଏସଆଇଟି ଗଠନ କରିବାକୁ ଘୋଷଣା କରିଛନ୍ତି। ଜୁବେରଙ୍କୁ ସୀତାପୁର ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳି ସାରିଛି। ସେହିପରୀ ଦିଲ୍ଲୀ ମାମଲାରେ ଶୁକ୍ରବାର ପଟିଆଲା ହାଉସ୍‌ କୋର୍ଟ ଜୁବେରଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?