Posted inଜାତୀୟ

ପରିବେଶ ଶିକ୍ଷାରେ ସଂସ୍କାର ଅଣାଯାଉ

ନୂଆଦିଲ୍ଲୀ, ୧।୧୧(ପି.ଟି.): ବ୍ରିଟେନର ଗ୍ଲାସ୍‌ଗୋଠାରେ ୨୬ତମ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କୋପ୍‌୨୬) ରବିବାର ଆରମ୍ଭ ହୋଇଛି। ଏହା ପୂର୍ବରୁ ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳିତ ପରିବେଶଗତ ଶିକ୍ଷାରେ ସଂସ୍କାର ଆଣିବା ଲାଗି ଭାରତର ଶିକ୍ଷାବିତ୍‌ ଓ ପ୍ରଧାନଶିକ୍ଷକମାନେ ଦାବି ଜଣାଇଛନ୍ତି। ସେମାନଙ୍କ ମତରେ ପରିବେଶ ଉପରେ ଯେଉଁ ଶିକ୍ଷା ଦିଆଯାଉଛି, ତାହା କେବଳ ‘ଆର୍ଥ ଡେ’ କିମ୍ବା ‘ଏନ୍‌ଭାଇରନମେଣ୍ଟ ଡେ’ ସ୍ଲୋଗାନରେ ସୀମିତ। ପିଲାଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବାକୁ ହେଲେ ଅଧିକ ବ୍ୟବହାରିକ ଆଧାରିତ ଦୃଷ୍ଟିକୋଣ ରହିବା ଆବଶ୍ୟକ। ପରିବେଶ ଶିକ୍ଷା କାଗଜ କଲମରେ ସୀମିତ ନ ରହି ଏହା ବାହାରେ ହେବା ଦରକାର। ଜଳବାୟୁ ପରିବର୍ତ୍ତନ ଓ ତତ୍‌ଜନିତ ବିପଦ ସମ୍ପର୍କରେ ପ୍ରତ୍ୟକ୍ଷ ଜ୍ଞାନ ଦେଇ ସେମାନଙ୍କୁ ସଚେତନ କରିବାକୁ ହେବ। ଛାତ୍ରୀଛାତ୍ର ଭବିଷ୍ୟତର ନୀତି ନିର୍ଦ୍ଧାରକ ହୋଇଥିବାରୁ ସେମାନଙ୍କୁ ଦୈନନ୍ଦିନ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଜଣାଇ ଦାୟିତ୍ୱସମ୍ପନ୍ନ ବାସିନ୍ଦାରେ ପରିଣତ କରିବାକୁ ହେବ। ପଲିଥିନ ପରିବର୍ତ୍ତେ କାଗଜ କିମ୍ବା ଝୋଟ ବ୍ୟାଗ୍‌ ନେଇ ବଜାର କରିବାକୁ ଗଲେ ସେମାନଙ୍କ ଉପରେ ପରିବେଶ ସମ୍ପର୍କରେ ସକାରାତ୍ମକ ପ୍ରଭାବ ପଡ଼ିପାରିବ ବୋଲି ଡିପିଏସ୍‌-ଆର୍‌ଏନ୍‌ଇ ଗାଜିଆବାଦର ପ୍ରିନ୍ସିପାଲ ପଲ୍ଲବୀ ଉପାଧ୍ୟାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?