୫୦୪ ଜମାକାରୀଙ୍କୁ ଟଙ୍କା ଫେରସ୍ତ

ବାରିପଦା ଅଫିସ, ୧୮।୨-ବାରିପଦା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କରେ ଥିବା ଜମାକାରୀଙ୍କ ଟଙ୍କା ବୁଧବାରଠାରୁ ଫେରସ୍ତ ଆରମ୍ଭ ହୋଇଛି। ବ୍ୟାଙ୍କରେ ଥିବା ଜମାକାରୀଙ୍କ ତାଲିକା ମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ ୫୦୪ ଜଣଙ୍କ ଆକାଉଣ୍ଟକୁ ମୋଟ ୯କୋଟି ୬୯ ହଜାର ୫୦୨ ଟଙ୍କା ପ୍ରଦାନ କରାଯାଇଛି। କିଛି ଦିନ ମଧ୍ୟରେ ସମସ୍ତ ଜମାକାରୀଙ୍କ ଟଙ୍କା ଫେରସ୍ତ ଦିଆଯିବ ବୋଲି ଡିଆର୍‌ସିଏସ୍‌ ଦମୟନ୍ତୀ ସିଂହ ପ୍ରକାଶ କରିଛନ୍ତି। ତେବେ ବ୍ୟାଙ୍କରୁ ଋଣ ନେଇଥିବା ୩ହଜାରରୁ ଊର୍ଦ୍ଧ୍ୱ ଋଣୀ ୧୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟାଙ୍କରେ ପରିଶୋଧ କରିବାକୁ ଥିବା ଜଣାପଡ଼ିଛି। ପ୍ରାଥମିକ ସ୍ତରରେ ଅଗ୍ରାଧିକାର ଭତ୍ତିରେ ଜମାକାରୀଙ୍କୁ ଟଙ୍କା ଫେରାଇବାକୁ ବ୍ୟାଙ୍କ ନିଷ୍ପତ୍ତି ନେଇଥିବା ବେଳେ ପରବର୍ତ୍ତୀ ସମୟରେ ଋଣୀଙ୍କ ଠାରୁ ଟଙ୍କା ଆଦାୟ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବ୍ୟାଙ୍କ ସୂତ୍ରରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲାର ଉଦଳା, କରଞ୍ଜିଆ, ରାଇରଙ୍ଗପୁର ଓ ବାରିପଦାରେ ଥିବା ୭୫ ହଜାରରୁ ଊର୍ଦ୍ଧ୍ୱ ଜମାକାରୀ ୨୦୧୪ରୁ ଜମାଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ଜମାକାରୀଙ୍କ ଟଙ୍କା ଫେରସ୍ତ ନିମନ୍ତେ ପୂର୍ବତନ ପରିଚାଳନା ପରିଷଦର ପ୍ରଚେଷ୍ଟା କ୍ରମେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଦାଖଲ ହୋଇଥିବା ମିସ କେସ ନଂ. ଆଇଏ ୬୯୫/୨୦୨୦ର ବିଚାର କରି ବିଚାରପତି ପ୍ରମଥ ପଟ୍ଟନାୟକ ଜମାକାରୀମାନଙ୍କୁ ସମସ୍ତ ଜମାଟଙ୍କା ଫେରସ୍ତ ଦେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ପରେ ଅର୍ବାନ ବ୍ୟାଙ୍କ ପକ୍ଷରୁ ୨୩୩ ଜମାକାରୀଙ୍କୁ ୩ କୋଟି ୪୬ଲକ୍ଷ ୨୦୬ ଟଙ୍କା ଫେରସ୍ତ ଦିଆଯାଇଥିଲା। ତେବେ ଏହି ସମୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଟଙ୍କା ଫେରସ୍ତ ଉପରେ ସ୍ଥଗିତାଦେଶ ଦେବାରୁ ଜମାକାରୀ ଟଙ୍କା ଫେରିପାଇବା ପ୍ରକ୍ରିୟା ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା...

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ...

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri