୫୦୪ ଜମାକାରୀଙ୍କୁ ଟଙ୍କା ଫେରସ୍ତ

ବାରିପଦା ଅଫିସ, ୧୮।୨-ବାରିପଦା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କରେ ଥିବା ଜମାକାରୀଙ୍କ ଟଙ୍କା ବୁଧବାରଠାରୁ ଫେରସ୍ତ ଆରମ୍ଭ ହୋଇଛି। ବ୍ୟାଙ୍କରେ ଥିବା ଜମାକାରୀଙ୍କ ତାଲିକା ମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ ୫୦୪ ଜଣଙ୍କ ଆକାଉଣ୍ଟକୁ ମୋଟ ୯କୋଟି ୬୯ ହଜାର ୫୦୨ ଟଙ୍କା ପ୍ରଦାନ କରାଯାଇଛି। କିଛି ଦିନ ମଧ୍ୟରେ ସମସ୍ତ ଜମାକାରୀଙ୍କ ଟଙ୍କା ଫେରସ୍ତ ଦିଆଯିବ ବୋଲି ଡିଆର୍‌ସିଏସ୍‌ ଦମୟନ୍ତୀ ସିଂହ ପ୍ରକାଶ କରିଛନ୍ତି। ତେବେ ବ୍ୟାଙ୍କରୁ ଋଣ ନେଇଥିବା ୩ହଜାରରୁ ଊର୍ଦ୍ଧ୍ୱ ଋଣୀ ୧୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟାଙ୍କରେ ପରିଶୋଧ କରିବାକୁ ଥିବା ଜଣାପଡ଼ିଛି। ପ୍ରାଥମିକ ସ୍ତରରେ ଅଗ୍ରାଧିକାର ଭତ୍ତିରେ ଜମାକାରୀଙ୍କୁ ଟଙ୍କା ଫେରାଇବାକୁ ବ୍ୟାଙ୍କ ନିଷ୍ପତ୍ତି ନେଇଥିବା ବେଳେ ପରବର୍ତ୍ତୀ ସମୟରେ ଋଣୀଙ୍କ ଠାରୁ ଟଙ୍କା ଆଦାୟ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବ୍ୟାଙ୍କ ସୂତ୍ରରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲାର ଉଦଳା, କରଞ୍ଜିଆ, ରାଇରଙ୍ଗପୁର ଓ ବାରିପଦାରେ ଥିବା ୭୫ ହଜାରରୁ ଊର୍ଦ୍ଧ୍ୱ ଜମାକାରୀ ୨୦୧୪ରୁ ଜମାଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ଜମାକାରୀଙ୍କ ଟଙ୍କା ଫେରସ୍ତ ନିମନ୍ତେ ପୂର୍ବତନ ପରିଚାଳନା ପରିଷଦର ପ୍ରଚେଷ୍ଟା କ୍ରମେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଦାଖଲ ହୋଇଥିବା ମିସ କେସ ନଂ. ଆଇଏ ୬୯୫/୨୦୨୦ର ବିଚାର କରି ବିଚାରପତି ପ୍ରମଥ ପଟ୍ଟନାୟକ ଜମାକାରୀମାନଙ୍କୁ ସମସ୍ତ ଜମାଟଙ୍କା ଫେରସ୍ତ ଦେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ପରେ ଅର୍ବାନ ବ୍ୟାଙ୍କ ପକ୍ଷରୁ ୨୩୩ ଜମାକାରୀଙ୍କୁ ୩ କୋଟି ୪୬ଲକ୍ଷ ୨୦୬ ଟଙ୍କା ଫେରସ୍ତ ଦିଆଯାଇଥିଲା। ତେବେ ଏହି ସମୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଟଙ୍କା ଫେରସ୍ତ ଉପରେ ସ୍ଥଗିତାଦେଶ ଦେବାରୁ ଜମାକାରୀ ଟଙ୍କା ଫେରିପାଇବା ପ୍ରକ୍ରିୟା ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?