ଏପ୍ରିଲରୁ ଜୁନ୍‌ ୧୫ଯାଏ ଖରାରେ କାମ ମନା

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏପ୍ରିଲରୁ ଜୁନ୍‌ ୧୫ତାରିଖ ପର୍ଯ୍ୟନ୍ତ ଶ୍ରମିକଙ୍କୁ ଖରାରେ କାମ କରିବାକୁ ମନା ହୋଇଛି। ଏ ନେଇ ଶ୍ରମ ଓ କର୍ମଚାରୀ ବିଭାଗ ପକ୍ଷରୁ ସମସ୍ତ ରାଜସ୍ବ କମିଶନର, ଜିିଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ସରକାରଙ୍କ ସବୁ ବିଭାଗ ତଥା ଓଡ଼ିଶାରେ ଥିବା ଭାରତ ସରକାରଙ୍କ ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ବାଣିଜ୍ୟ ଓ ଶିଳ୍ପସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରଙ୍କୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇ କୁହାଯାଇଛି ଯେ, ଏପ୍ରିଲରୁ ଜୁନ୍‌ ୧୫ ଯାଏ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ନିମନ୍ତେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପଦକ୍ଷେପ ନେବେ। ଆବଶ୍ୟକ ସ୍ଥଳେ କାର୍ଯ୍ୟ ନିର୍ଘଣ୍ଟର ସମୟ ପରିବର୍ତ୍ତନ କରିବେ। ଅତ୍ୟାବଶ୍ୟକ ସେବା ସହ ଜଡ଼ିତ କାର୍ଯ୍ୟସ୍ଥଳରେ ସତର୍କ ପଦକ୍ଷେପ ନେବେ। ସେହିପରି ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ଉପମଣ୍ଡଳ ଚିକିତ୍ସାଧିକାରୀ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, କମ୍ୟୁନିଟି ହେଲ୍‌ଥ ସେଣ୍ଟରର ଚିକିତ୍ସାଧିକାରୀ ତଥା କର୍ମଚାରୀ, ରାଜ୍ୟ ବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟରେ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀଙ୍କ ତତ୍‌ ସମ୍ବନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଶ୍ରମ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri