ଏପ୍ରିଲରୁ ଜୁନ୍‌ ୧୫ଯାଏ ଖରାରେ କାମ ମନା

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏପ୍ରିଲରୁ ଜୁନ୍‌ ୧୫ତାରିଖ ପର୍ଯ୍ୟନ୍ତ ଶ୍ରମିକଙ୍କୁ ଖରାରେ କାମ କରିବାକୁ ମନା ହୋଇଛି। ଏ ନେଇ ଶ୍ରମ ଓ କର୍ମଚାରୀ ବିଭାଗ ପକ୍ଷରୁ ସମସ୍ତ ରାଜସ୍ବ କମିଶନର, ଜିିଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ସରକାରଙ୍କ ସବୁ ବିଭାଗ ତଥା ଓଡ଼ିଶାରେ ଥିବା ଭାରତ ସରକାରଙ୍କ ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ବାଣିଜ୍ୟ ଓ ଶିଳ୍ପସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରଙ୍କୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇ କୁହାଯାଇଛି ଯେ, ଏପ୍ରିଲରୁ ଜୁନ୍‌ ୧୫ ଯାଏ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ନିମନ୍ତେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପଦକ୍ଷେପ ନେବେ। ଆବଶ୍ୟକ ସ୍ଥଳେ କାର୍ଯ୍ୟ ନିର୍ଘଣ୍ଟର ସମୟ ପରିବର୍ତ୍ତନ କରିବେ। ଅତ୍ୟାବଶ୍ୟକ ସେବା ସହ ଜଡ଼ିତ କାର୍ଯ୍ୟସ୍ଥଳରେ ସତର୍କ ପଦକ୍ଷେପ ନେବେ। ସେହିପରି ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ଉପମଣ୍ଡଳ ଚିକିତ୍ସାଧିକାରୀ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, କମ୍ୟୁନିଟି ହେଲ୍‌ଥ ସେଣ୍ଟରର ଚିକିତ୍ସାଧିକାରୀ ତଥା କର୍ମଚାରୀ, ରାଜ୍ୟ ବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟରେ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀଙ୍କ ତତ୍‌ ସମ୍ବନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଶ୍ରମ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri