ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା ଭିନ୍ନ ଧର୍ମ ଗ୍ରହଣ କରିଥିବା ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସେ ଭିନ୍ନ ଧର୍ମର ହୋଇଥିବାରୁ ସେତେବେଳ ଗାଁ ଶ୍ମଶାନରେ ଶେଷକୃତ୍ୟ କରିବାକୁ ତାଙ୍କ ଭାଇ ମିଚିରାୟଙ୍କୁ ବାରଣ କରାଯାଇଥିଲା। ଏହାପରେ ମୃତ୍ୟୁର ୩୫ଘଣ୍ଟା ପରେ ଡିସେମ୍ବର ୧୮ରେ ପୋଲିସ ଓ ପ୍ରଶାସନଙ୍କ ଉପସ୍ଥିତିରେ ନିଜ ଜମିରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ମକୁରୁଙ୍କ ମୃତ୍ୟୁର ୧୫ଦିନ ପରେ ମଙ୍ଗଳବାର ଅପରାହ୍ନରେ ମକୁରୁଙ୍କ ସମାଧି ନିର୍ମାଣକୁ ନେଇ ଉତ୍ତେଜନା ଓ ବିବାଦ ପୁନର୍ବାର ପ୍ରକାଶ ପାଇଥିଲା।

ବୁଧବାର ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନାଥ ଆଶ୍ରମ ନିକଟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଘଟଗାଁ ଥାନା ଅଧିକାରୀ ଶୁଭ୍ରାଂଶୁ କୁମାର ଜେନା, ଏସ୍‌ଆଇ ଅନୁପ କୁମାର ଲୁଗୁନ, ଓ୍ବାର୍ଡମେମ୍ବର ବାବୁଲି ମୁଣ୍ଡାଙ୍କ ଉପସ୍ଥିତିରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନିଷ୍ପତ୍ତି ହୋଇଥିଲା ଯେ, ମିଚରାୟ ନିଜ ଜମିରେ ମକରୁଙ୍କ ସମାଧି ନିର୍ମାଣ କରିବେ ତେବେ ତାଙ୍କ ଗାଁ ଶ୍ମଶାନରୁ ମାଟି ନେବେ।

ସୂଚନା ଯେ, ମକୁରୁ ଓ ତାଙ୍କ ବଡ଼ ଭାଇ ମିଚରାୟ ୧ବର୍ଷ ପୂର୍ବେ ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ହିନ୍ଦୁମାନେ ନିଜ ସମାଧିସ୍ଥଳରେ ମୃତଦେହ ପୋତିବାକୁ ବିରୋଧ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri