ରେଗଡା ଗାଁର ଗୋଚର ଚିହ୍ନଟ ପ୍ରସଙ୍ଗ: ଜାତୀୟ ରାଜପଥ ଅବରୋଧ ପାଇଁ ଲୋକେ ସଜବାଜକ

କର୍ଲାମୁଣ୍ଡା,୧୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଗୋଚର ଜମି ଚିହ୍ନଟ ସହିତ ଜବରଦଖଲ କାରୀଙ୍କଠୁ ଗୋଚର ଜମିକୁ ହଟେଇବା ନେଇ ଗ୍ରାମବାସୀ ପକ୍ଷରୁ ଦାବି ଆରମ୍ଭ ହୋଇସାରିଛି। ଏହି କ୍ରମରେ ବ୍ଲକର ରେଗଡା ଗ୍ରାମବାସୀ ମଧ୍ୟ ଗୋଚର ଜମି ଚିହ୍ନଟ ଓ ଜବରଦଖଲ କାରିଙ୍କଠୁ ଉଚ୍ଛେଦ ପାଇଁ ବହୁ ପୂର୍ବରୁ କର୍ଲାମୁଣ୍ଡା ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ଗୋଚର ଜମି ଚିହ୍ନଟ ପ୍ରକ୍ରିୟାରେ ବିଳମ୍ବ ଘଟିବାରୁ ରେଗଡା ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରି ୧୭ରେ କୁଶୁର୍ଲା ଛକ ୫୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିବାକୁ ଅଭିଯୋଗ ପତ୍ରରେ ଦର୍ଶାଇ ଥିଲେ। ଏହାର ସମାଧାନ କରିବା ପାଇଁ ଶନିବାର ରେଗଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଭବାନୀପାଟଣା ଉପ ଜିଲାପାଳ ପ୍ରଭାତ କୁମାର ପରିଡା, ତହସିଲଦାର ଅରୁଣ ବର୍ଗେ, ସରପଞ୍ଚ ଦୀପ୍ତି ମୟୀ ସାହୁ ପ୍ରମୁଖଙ୍କ ଉପସ୍ଥିତରେ ରେଗଡା ଗ୍ରାମବାସୀଙ୍କ ସହିତ ଆଲୋଚନା କରି ଧାନ ଚାଷ ଅମଳ ପରେ ଗୋଚର ଜମି ଚିହ୍ଟଟ କରାଯିବ ଓ ଏଥିପାଇଁ ଅତି ଶୀଘ୍ର ପ୍ରସ୍ତୁତି ଆରମ୍ଭ ହେବ ବୋଲି କହି ଜାତୀୟ ରାଜପଥ ଅବରୋଧ ନ କରିବାକୁ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ, ଉକ୍ତ ଗାଁର ଦୁଇଶହ ଏକରରୁ ଊଦ୍ଧର୍‌ବ ଗୋଚର ଜମିକୁ କିଛି ପ୍ରଭାବଶାଳୀ ବ୍ୟକ୍ତି ନିଜ ଅକ୍ତିଆରକୁ ନେଇ ଚାଷଜମି କରି ଚାଷ କରି ମାଲେମାଲ ହେଉଥିବା ବେଳେ ଜନ ସାଧାରଣ ,ଗାଇ ଗୋରୁ,ଛେଳି ମେଣ୍ଡା ପ୍ରଭୂତି ପ୍ରଭାବିତ ହେଉଥିବା ନେଇ ଗ୍ରାମବାସୀମାନେ କର୍ଲାମୁଣ୍ଡା ତହସିଲଦାର, ରାଜସ୍ବ ମନ୍ତ୍ରୀ ଓଡ଼ିଶା ସରକାରଙ୍କୁ ପୂର୍ବରୁ ଲିଖିତ ଅଭିଯୋଗ କରିଥିଲେ। ଏନେଇ ତହସିଲଦାର ଅରୁଣ ବର୍ଗେଙ୍କୁ ପଚାରିବାରୁ ଏବେ ଚାଷ ସମୟ ଏଣୁ ଚାଷ ଅମଳ ପରେ ଗୋଚର ଜମି ଚିହ୍ନଟ ହେଇପାରିବ, ତଥାପି ଆମେ ବହୁତ ଶୀଘ୍ର ପ୍ରକ୍ରିୟା ଆରମ୍ଭ କରିଦେବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri