ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା କରି ପାଠଚକ୍ରକୁ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ଛାତ୍ର ବିଶାଳ କୁମାର ବିଷୋୟୀ ‘ଭାରତର ଜୈବ ବିବିଧତାର ଉତ୍ତପ୍ତ କ୍ଷେତ୍ର’ ଶୀର୍ଷକ ସନ୍ଦର୍ଭ ପାଠ କରିଥିଲେ। ଜୈବ ବିବିଧତାର ଉତ୍ତପ୍ତ କ୍ଷେତ୍ରଗୁଡ଼ିକ ପୃଥିବୀର ମୂଲ୍ୟବାନ ଜୈବ ସମ୍ପଦର ଆଧାର। ତେଣୁ ଏହି ଅଞ୍ଚଳଗୁଡ଼ିକର ଆବାସସ୍ଥଳ ସୁରକ୍ଷା, ବନ ସଂରକ୍ଷଣ ଓ ଜୈବ ସମ୍ପଦର ସ୍ଥାୟୀ ବ୍ୟବହାର ଅତ୍ୟନ୍ତ ଆବଶ୍ୟକ ବୋଲି ଆଲୋଚନା ହୋଇଥିଲା।

ହିମାଳୟ, ଇଣ୍ଡୋ-ବର୍ମା, ପଶ୍ଚିମଘାଟ-ଶ୍ରୀଲଙ୍କା ଏବଂ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଭଳି ଅଞ୍ଚଳରେ ଅନେକ ପ୍ରଜାତିର ପ୍ରାଣୀ ଓ ଉଦ୍ଭିଦ ଲୋପ ପାଇବା ଚିନ୍ତାଜନକ ବିଷୟ ବୋଲି ବକ୍ତାମାନେ କହିଥିଲେ। ଜୈବ ବିବିଧତାର ସୁରକ୍ଷା କରା ନ ଗଲେ ଆଗାମୀ ଦିନରେ ମାନବ ସମାଜ ମଧ୍ୟ ବିଭିନ୍ନ ବିପଦର ସମ୍ମୁଖୀନ ହେବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ଉକ୍ତ ଅଞ୍ଚଳ ଓ ସେଠାକାର ପ୍ରାଣୀ ଏବଂ ଉଦ୍ଭିଦଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ଆଲୋଚନାରେ ମତ ପ୍ରକାଶ ପାଇଥିଲା।

ବିଭାଗୀୟ ମୁଖ୍ୟ ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ ସ୍ୱାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ବିତ୍ତ ଅଧିକାରୀ ପ୍ରଶାନ୍ତ କୁମାର ରଥ, ଶୈକ୍ଷିକ ପରିଷଦର ସମ୍ପାଦକ ରଜତ କୁମାର ମିଶ୍ର, ଅଧ୍ୟାପକ ଡ. ପ୍ରତ୍ୟୁଷ କାର୍ଜୀ, ଛାତ୍ର ଏମ୍‌. ସୌରଭ କୁମାର, ନିଜର, ଅମନ, ସୌରଭ ଓ ପୁରୁଷୋତ୍ତମ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଛାତ୍ରୀ ଲିକୁନା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କ୍ଲାସ୍‌ ଟପ୍ପର ଇତିଶ୍ରୀ ଗୌଡ଼ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବର୍ଣ୍ଣାଳୀ, କାର୍ତ୍ତିକ, ଶୁଭମ, ଶୁଭସ୍ମିତା, ସ୍ମାଇଲ ଓ ହରିପ୍ରିୟା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?