ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଏବଂ ମୌଳିକ କର୍ତ୍ତବ୍ୟ” ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣର ସଚିବ ବ୍ୟୋମକେଶ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭଞ୍ଜନଗରର ସିନିୟର ସିଭିଲ ଜଜ ଦେବାଶିଷ ବିଶୋଇ ଏବଂ ଏସ୍‌.ଡି.ଜେ.ଏମ୍‌. ସୌମ୍ୟରଞ୍ଜନ ପୃଷ୍ଟି ଅତିଥି ଭାବେ ଯୋଗଦେଇଥିଲେ।

ଅତିଥିମାନେ ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ ଓ ଆଇନଗତ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ସେମାନେ ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା, ନିଶୁଳ୍କ ଆଇନ ସହାୟତାର ସୁବିଧା ଏବଂ ନାଗରିକମାନଙ୍କର ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ସଚେତନ କରାଇଥିଲେ।

ବକ୍ତାମାନେ କହିଥିଲେ ଯେ, ଆଇନ ପ୍ରତି ସଚେତନତା ବୃଦ୍ଧି ପାଇଲେ ପ୍ରବାସୀ ଶ୍ରମିକମାନେ ନିଜ ଅଧିକାର ସମ୍ପର୍କରେ ଅବଗତ ହୋଇପାରିବେ ଏବଂ ସମାଜରେ ନ୍ୟାୟ, ସମାନତା ଓ ସାମାଜିକ ସୁରକ୍ଷା ପ୍ରତିଷ୍ଠା କରିବାରେ ଏହା ସହାୟକ ହେବ।

କାର୍ଯ୍ୟକ୍ରମରେ ବହୁ ପ୍ରବାସୀ ଶ୍ରମିକ, ସାମାଜିକ କର୍ମୀ ଏବଂ ସାଧାରଣ ଜନସାଧାରଣ ଉପସ୍ଥିତ ଥିଲେ। ଶେଷରେ ଆୟୋଜକ ପକ୍ଷରୁ ସମସ୍ତ ଅତିଥି ଓ ଉପସ୍ଥିତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri