ରେଗେ ସଙ୍ଗୀତ ବିଶାରଦ ଲି ପେରିଙ୍କ ପରଲୋକ

କିଙ୍ଗ୍‌ଷ୍ଟନ, ୩୧।୮: ଜାମାଇକାରେ ୬୦ ଦଶକରେ ବିକଶିତ ଲୋକପ୍ରିୟ ସ୍ବତନ୍ତ୍ର ସଙ୍ଗୀତ ଶୈଳୀ ‘ରେଗେ’ର ମାର୍ଗଦର୍ଶକ ଭାବେ କାର୍ଯ୍ୟ କରିଥିବା ଲି ସ୍କ୍ରାଚ୍‌ ପେରିଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଉତ୍ତର ଜାମାଇକାର ଲୁସିଆସ୍ଥିତ ଏକ ହସ୍ପିଟାଲରେ ରବିବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପରଲୋକରେ ଜାମାଇକା ପ୍ରଧାନମନ୍ତ୍ରୀ ଆଣ୍ଡ୍ର୍ୟୁ ହାଲନେସ୍‌ ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି। ପେରିଙ୍କ ସାଧନା ବଳରେ ରେଗେ ସଙ୍ଗୀତ ସ୍ବତନ୍ତ୍ର ପରିଚୟ ପାଇ ବିଶ୍ୱ ପ୍ରସିଦ୍ଧ ହୋଇଥିଲା। ପେରି ଜାମାଇକାର ଜଣେ ଅସାଧାରଣ ଓ ଶ୍ରେଷ୍ଠ କଳାକାର। କେଇଥ୍‌ ରିଚାଡର୍‌ସ ଏକଦା ତାଙ୍କୁ ସାଲଭାଡର ଡଲି ଅଫ୍‌ ମ୍ୟୁଜିକ୍‌ ଭାବେ ବର୍ଣ୍ଣନା କରିଥିଲେ। ସେ ଥିଲେ ରହସ୍ୟମୟ ଏବଂ ବିଶ୍ୱ ତାଙ୍କର ବାଦ୍ୟଯନ୍ତ୍ର ଥିଲା ବୋଲି କୁହାଯାଏ। ଜଣେ ଶ୍ରେଷ୍ଠ ପ୍ରଯୋଜକ ଓ ଗାୟକ ଭାବେ ସେ ବବ୍‌ ମାର୍ଲି, ଓ୍ବଲେର୍ସ, ଜୁନିୟର ମୁର୍ଭିନ ପ୍ରମୁଖ ବହୁ ଆର୍ଟିଷ୍ଟଙ୍କ ସହ କାର୍ଯ୍ୟ କରିଥିଲେ। ସଙ୍ଗୀତ ସାଙ୍ଗକୁ ଯୁବସୁଲଭ ତଥା ଅବ୍ୟବସ୍ଥିତ ପୋଷାକ ପରିପାଟୀ ପାଇଁ ସେ ଜଣାଶୁଣା ଥିଲେ। ସେ ନିଜ ସମ୍ପର୍କରେ ପୌରାଣିକ କାହାଣୀ କହିବା ସହ ନିଜକୁ ଅନ୍ୟ ଜଗତର ଏଲିଏନ୍‌ ବୋଲି ଦାବି କରୁଥିଲେ। ତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ପେରିଙ୍କ ବିୟୋଗରେ ସଙ୍ଗୀତ ଜଗତ ଜଣେ ରହସ୍ୟମୟ ସ୍ରଷ୍ଟାଙ୍କୁ ହରାଇଲା ବୋଲି ଡିଜେ ଡାଭିଡ୍‌ ରୋଡିଗାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri