ଆଞ୍ଚଳିକ କୃଷି ମହୋତ୍ସବ, କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୧୪ା୧: ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ଶୁକ୍ରବାର ଆଞ୍ଚଳିକ କୃଷି ମହୋତ୍ସବ ଓ ଗଞ୍ଜାମ ଜିଲା କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଛି। ଆସନ୍ତା ୧୭ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ୧୦୦ଟି ଷ୍ଟଲ ରହିଛି। ଉନ୍ନତ କୃଷି ଯନ୍ତ୍ରପାତିର ପ୍ରଦର୍ଶନ ଓ ବିକ୍ରୟ, କୃଷି ଯନ୍ତ୍ରପାତି ପାଇଁ ଋଣ ସୁବିଧା ଆଦି ଲକ୍ଷ୍ୟରେ ଏହି ମେଳା ଚାଲିଛି। ଉଦଘାଟନୀ କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ବ୍ରହ୍ମପୁର ଏମ୍‌ପିି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବିଇଏମ୍‌ସି ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ. ବିବେକ ରେଡ୍ଡୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଏସଏଲଏଫ-ଏମଏମଟିସି ନିର୍ଦ୍ଦେଶକ ମୁକ୍ତିକାନ୍ତ ମହାପାତ୍ର, ଜିଲା ମୁଖ୍ୟ କୃଷି ଅଧିକାରୀ ଦିଲୀପ କୁମାର ଖୁଣ୍ଟିଆ ଓ ନିର୍ବାହୀ ଯନ୍ତ୍ରୀ ଆଲୋକ ଦାଶ ଯୋଗ ଦେଇଥିଲେ। ଏହି ଅବସରରେ ଜିଲାର ହିଞ୍ଜିଳିକାଟୁ, ସାନଖେମୁଣ୍ଡି, ଛତ୍ରପୁର, ଚିକିଟି, ଖଲ୍ଲିକୋଟ ଓ ପୁରୁଷୋତ୍ତମପୁର ଅଞ୍ଚଳର ଚାଷୀଙ୍କୁ ପ୍ରୋଜେକ୍ଟ ନିମନ୍ତେ ସବସିଡି ପ୍ରଦାନ କରାଯାଇଥିଲା। ୧୪ ଏସଏଚଜିଙ୍କୁ ମିଲେଟ ମିଶନ ମାଧ୍ୟମରେ ମାଣ୍ଡିଆ ଅମଳ ମେଶିନ ପ୍ରଦାନ କରାଯାଇଥିଲା। ୬ ଜଣ ଏସଏଚଜିଙ୍କୁ ରାଗି ମେସିନ ପ୍ରଦାନ କରାଯାଇଥିଲା। ଗଜପତି ଜିଲା ରାୟଗଡା ବ୍ଲକର ଚାଷୀ ପୀତାମ୍ବର ନାୟକଙ୍କୁ ଡ୍ରୋନ ମାଧ୍ୟମରେ କୀଟନାଶକ ସିଞ୍ଚନ ମେଶିନ ସବସିଡି ଆକାରରେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri