Posted inଜାତୀୟ

ଆଞ୍ଚଳିକ ଦଳ ହେଉଛନ୍ତି ମ୍ୟାଚ୍‌ ଫିକ୍ସିଂ ପାର୍ଟି, ଭାଜପାର ମୁକାବିଲା କରିବ କଂଗ୍ରେସ…

ନୂଆଦିଲ୍ଲୀ,୫।୧୧ : କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ଶନିବାର ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ସମସ୍ତ ଆଞ୍ଚଳିକ ଦଳକୁ ମ୍ୟାଚ ଫିକ୍ସିଂ ଦଳ କହିଛନ୍ତି। କେବଳ କଂଗ୍ରେସ ଭାଜପାର ସହ ମୁକାବିଲା କରିବାକୁ ସକ୍ଷମ।

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଭାରତ ଯୋଡୋ ଯାତ୍ରା ପ୍ରସଙ୍ଗରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏଭଳି କହିଛନ୍ତି।

କେନ୍ଦ୍ର ତଥା ରାଜ୍ୟରେ ଉଭୟ ମୋଦି ଏବଂ ରାଓ ସରକାରଙ୍କୁ ଡବଲ ଇଞ୍ଜିନ ବୋଲି କହି କଂଗ୍ରେସ ନେତା କହିଛନ୍ତି ଯେ ଟ୍ରେନ ଭୁଲ ପଥରେ ଚାଲିଛି । ଭାରତ ଯୋଡା ଯାତ୍ରାର ଉଦ୍ଦେଶ୍ୟ ଏହାକୁ ସଠିକ ପଥକୁ ଫେରାଇ ଆଣିବା। ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ସମସ୍ତ ଆଞ୍ଚଳିକ ଦଳ ମ୍ୟାଚ ଫିକ୍ସିଂ ପାର୍ଟି। ସେମାନଙ୍କର ଭାଜପା ସହ ଭଲ ବୁଝାମଣା ରହିଛି। ସେହି ସମସ୍ତ ଦଳ ଇଡି, ଇନକମ ଟ୍ୟାକ୍ସ ଏବଂ ସିବିଆଇକୁ ଡରୁଛନ୍ତି। ତେଣୁ ଯଦି କୌଣସି ଦଳ ଭାଜପା ସହ ମୁକାବିଲା କରିବାକୁ ସକ୍ଷମ, ତେବେ ତାହା ହେଉଛି କଂଗ୍ରେସ। କୌଣସି ଆଞ୍ଚଳିକ ଦଳ ଏହି ମୁକାବିଲା କରି ପାରିବେ ନାହିଁ।

ରାହୁଲ ଗାନ୍ଧୀ ପଦଯାତ୍ରାରେ ଦଳିତ, ଆଦିବାସୀ, କୃଷକ, ଛାତ୍ର, ସରକାରୀ କ୍ଷେତ୍ରର କର୍ମଚାରୀ ଏବଂ ଟ୍ରେଡ ୟୁନିଅନର ନେତାଙ୍କ ସମେତ ବହୁ ସଂଖ୍ୟକ ଗୋଷ୍ଠୀଙ୍କୁ ଭେଟିଛନ୍ତି ଏବଂ ତାଙ୍କ କଥା ଶୁଣିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ନିର୍ବାଚନ ସହ ପଦଯାତ୍ରାର କୌଣସି ସମ୍ପର୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri