ଆଞ୍ଚଳିକ ପାସ୍‌ପୋର୍ଟ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୨ (ଅଭୟ ଦାଶ): ଓଡ଼ିଶାବାସୀଙ୍କୁ ଉତ୍ତମ ଗ୍ରାହକସେବା ଯୋଗାଇ ଦେବା ଲକ୍ଷ୍ୟରେ ଭୁବନେଶ୍ୱରର ରସୁଲଗଡ଼ସ୍ଥିତ ଓଡେଶା ବିଜ୍‌ନେସ ସେଣ୍ଟର(ଓବିସି)ଠାରେ ଆଞ୍ଚଳିକ ପାସ୍‌ପୋର୍ଟ ସେବା କେନ୍ଦ୍ର ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବରିଷ୍ଠ ଆର୍‌ପିଓ ସୁଧାଂଶୁ ଶେଖର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାରଙ୍କ ବହିର୍ବ୍ୟାପାର (ବୈଦେଶିକ ମନ୍ତ୍ରଣାଳୟ) ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱର (ଓଡ଼ିଶା), ବର୍ତ୍ତମାନ ରସୁଲଗଡ଼ସ୍ଥିତ ଓଡେଶା ବିଜ୍‌ନେସ ସେଣ୍ଟର(ଓବିସି)ଠାରେ କାର୍ଯ୍ୟକ୍ଷମ ହେଉଛି। ପୂର୍ବରୁ ଉକ୍ତ କାର୍ଯ୍ୟାଳୟ ନୟାପଲ୍ଲୀସ୍ଥିତ ୟୁନିଟ-୮ଠାରେ ଥିଲା। ଏ ସମ୍ପର୍କରେ ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଭୁବନେଶ୍ୱରର ବରିଷ୍ଠ ଆର୍‌ପିଓ ସୁଧାଂଶୁ ଶେଖର ମିଶ୍ର କହିଛନ୍ତି, ଦିନକୁ ଦିନ ଲୋକ (ପାସପୋର୍ଟ ହିତାଧିକାରୀ)ଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ପୁରୁଣା ସ୍ଥାନରେ ନାନା ପ୍ରକାର ସମସ୍ୟା ଦେଖାଦେଲା। ବିଶେଷକରି କାର୍ଯ୍ୟାଳୟ ପରିସର ଛୋଟ ସହିତ ରାଜପଥଠାରୁ ବହୁ ଦୂରରେ ରହିଯାଉଥିବାରୁ ଲୋକମାନେ ମଧ୍ୟ ନାନା ସମସ୍ୟାର ସମ୍ମୁଖୀନ ହେଉଥିଲେ। ଉପରୋକ୍ତ ସମସ୍ୟାର ସାମାଧାନ ପାଇଁ ନୂତନ ପରିସର (ସ୍ଥାନ)କୁ ସ୍ଥାନାନ୍ତରଣ ହୋଇଛି। ସେହିଭଳି ଏଠାରେ ଅତ୍ୟାଧୁନିକ ସେବା ଓ ଟେକ୍ନୋଲୋଜିର ବ୍ୟବହାର କରାଯାଇଛି, ଫଳରେ ହିତାଧିକାରୀମାନେ କମ୍‌ ସମୟରେ ଅନେକ କାମ କରିପାରିବେ। ଏପରିକି ଭିଡ ନିୟନ୍ତ୍ରଣ ସାଙ୍ଗକୁ ଗୁଣାତ୍ମକ ସେବା ଯୋଗାଇ ଦିଆଯିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri