ପଞ୍ଜୀକୃତ କିନ୍ନର ଉଦ୍ୟୋଗୀଙ୍କୁ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ରାଜ୍ୟ ସରକାର ଗୁରୁବାର କିନ୍ନରମାନଙ୍କକୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବି କରିବା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେମାନଙ୍କ ସମସ୍ୟା ଦୁର କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କିନ୍ନରମାନଙ୍କୁ ଆତ୍ମନିଯୁକ୍ତିଭିତ୍ତିକ ରୋଜଗାର ନିମନ୍ତେ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ବ୍ୟକ୍ତିଗତ ଭାବେ ଜଣେ ପଞ୍ଜୀକୃତ କିନ୍ନର ଉଦ୍ୟୋଗୀଙ୍କୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ା କିନ୍ନର ଉଦ୍ୟୋଗୀମାନେ ଦଳଗତ ଭାବରେ କୌଣସି ପ୍ରକଳ୍ପ ଆରମ୍ଭ କଲେ ସେମାନଙ୍କୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କିନ୍ନରମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗଠନ କରି କୌଣସି ଆୟକାରୀ ପ୍ରକଳ୍ପ ଆରମ୍ଭ କଲେ, ସେହି ଗୋଷ୍ଠୀଙ୍କୁ ମଧ୍ୟ ଏକକାଳୀନ ୧ ଲକ୍ଷ ୨୫ ହଜାର ଟଙ୍କାର ସହାୟତା ମିଳିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ କିନ୍ନରମାନଙ୍କ ନିରାପଦ ଭବିଷ୍ୟତ ଓ ଆର୍ଥିକ ନିର୍ଭରତା ନିମନ୍ତେ ସ୍ବୀକୃତି ଯୋଜନାରେ ସରକାର ଏହି ବିଶେଷ ସୁବିଧା ମଞ୍ଜୁର କରିଛନ୍ତି। ଏପରିକି ସେମାନଙ୍କ ଶିକ୍ଷାଗତ ଅଭିବୃଦ୍ଧି ଏବଂ ଆର୍ଥିକ କାର୍ଯ୍ୟକଳାପ ନିମନ୍ତେ ସରକାର ସରକାରୀ ସହାୟତାର ବ୍ୟବସ୍ଥା କରିଛନ୍ତି।

ଏପରି କି କିନ୍ନର ଛାତ୍ରଙ୍କ ପାଠପଢ଼ା ପାଇଁ ସରକାରଙ୍କ ପକ୍ଷରୁ ପ୍ରାକ୍‌-ମାଟ୍ରିକ୍‌ ଓ ମାଟ୍ରିକ୍‌ ପରବର୍ତ୍ତୀ ଶିକ୍ଷାବୃତ୍ତି ମାସିକ ସର୍ବନିମ୍ନ ୧ ହଜାର ଟଙ୍କାରୁ ୩ ହଜାର ଟଙ୍କା ପର୍ଯ୍ୟନ୍ତ ପ୍ରଦାନ କରାଯିବ। ପଢ଼ୁଥିବା ଶିକ୍ଷାନୁଷ୍ଠାନରେ ଛାତ୍ରାବାସର ସୁବିଧା ସହ ଉପକରଣ କ୍ରୟ ନିମନ୍ତେ ଏକକାଳୀନ ପାଠପଢ଼ା ଶେଷ ପର୍ଯ୍ୟନ୍ତ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। ସମ୍ପୃକ୍ତ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସୁପାରିଶକୁ ଭିତ୍ତି କରି ପ୍ରତିକିନ୍ନରଙ୍କୁ ମାସିକ ୩ ହଜାର ଟଙ୍କା ଛାତ୍ରାବାସ ଖର୍ଚ୍ଚ ଯୋଗାଇ ଦିଆଯିବ। ପ୍ରତି ଜିଲାରେ କାର୍ଯ୍ୟରତ ଜିଲାସାମାଜିକ ସୁରକ୍ଷା ଅଧିକାରୀଙ୍କଠାରୁ ଏ ବାବଦରେ ବିଶଦ ସୂଚନା ଓ ତଥ୍ୟ ଉପଲବ୍ଧ ହୋଇପାରିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି ଯେ, କିନ୍ନରମାନଙ୍କୁ ଉତ୍ତମମାନବ ସମ୍ବଳ ଭାବେ ବିବେଚନା କରି ସେମାନଙ୍କ ସୁରକ୍ଷା ଓ ଆର୍ଥିକ ନିରାପତ୍ତା ନେଇ ସରକାର ସେମାନଙ୍କ ଶିକ୍ଷା, ଦକ୍ଷତା ଏବଂ ବିକାଶ ସାଙ୍ଗକୁ ଛାତ୍ରାବାସ ରହଣି ଉପରେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?