Posted inଜାତୀୟ

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ ଜୀବନ ନେଇଛି କରୋନା। ପ୍ରଶାସନିକ ସିଭିଲ୍‌ ଜଜ୍‌ ଶିରିଶ ଅଗ୍ରଓ୍ବାଲ ଏନେଇ ସୂଚନା ଦେଇଛନ୍ତି।
୨୦୦୫ରେ ଆମିଟି ଲ ସ୍କୁଲରୁ ଗର୍ଗ ତାଙ୍କର ବିଏ.ଏଲଏଲବି କରିଥିଲେ। ପରବର୍ତ୍ତୀ ସମୟରେ ସେ କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟରୁ ଏଲଏଲଏମ କରିଥିଲେ। ସେ ଭାରତୀୟ ଆଇନ ପ୍ରତିଷ୍ଠାନ, ଦିଲ୍ଲୀରୁ Intellectual Property Rightରେ ପୋଷ୍ଟ ଗ୍ରାଜୁଏଟ ଡିପ୍ଲୋମା ଏବଂ ଦିଲ୍ଲୀର ଆମିଟି ଲ ସ୍କୁଲରୁ ସାଇବର ଲ’ରେ ପୋଷ୍ଟ ଗ୍ରାଜୁଏଟ ଡିପ୍ଲୋମା ମଧ୍ୟ କରିଥିଲେ।ଗର୍ଗ ଦିଲ୍ଲୀ ହାଇକୋର୍ଟରେ ଆଇନ ଗବେଷଣାକାରୀ ଭାବରେ କାର୍ଯ୍ୟ କରିଥିଲେ। ସେ ୨୦୦୭ରେ ଦିଲ୍ଲୀ ଜୁଡିସିଆଲ ସର୍ଭିସରେ ଯୋଗ ଦେଇଥିଲେ ଏବଂ ନଭେମ୍ବର,୨୦୧୯ରେ ଦିଲ୍ଲୀ ଉଚ୍ଚ ନ୍ୟାୟିକ ସେବାକୁ ପଦୋନ୍ନତି ପାଇଥିଲେ। ଜଣେ ଜୁଡିସିଆଲ ଅଫିସର ଭାବରେ ସେ ସିଭିଲ ଜଜ, ମହାନଗର ମାଜିଷ୍ଟ୍ରେଟ୍‌ ଅତିରିକ୍ତ ବରିଷ୍ଠ ସିଭିଲ ଜଜ, ଅତିରିକ୍ତ ମୁଖ୍ୟ ମହାନଗର ମାଜିଷ୍ଟ୍ରେଟ୍‌ ଏବଂ ମୁଖ୍ୟ ମହାନଗର ମାଜିଷ୍ଟ୍ରେଟ୍‌ (କେନ୍ଦ୍ରୀୟ) କାର୍ଯ୍ୟ କରିଥିଲେ॥ ୧୪ ଜାନୁଆରୀ ୨୦୨୦ରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ପ୍ରିନ୍ସିପାଲ ବେଞ୍ଚ) ଭାବରେ ଗର୍ଗ ଏନଜିଟିରେ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri