ଖରିଫ ଧାନ ସଂଗ୍ରହ ଲାଗି ୧ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ। ଅଧିକରୁ ଅଧିକ କ୍ଷୁଦ୍ର, ନାମମାତ୍ର ଓ ନୂତନ ଚାଷୀ ଯେପରି ସେମାନଙ୍କ ନାମ ପଞ୍ଜୀକରଣ କରିପାରିବେ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଚାଷୀଙ୍କ ନାମ ପଞ୍ଜୀକରଣ ତାଲିକା ନିର୍ଭୁଲ ଭାବେ ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗୀୟ ସଚିବ ଓ ଜିଲାପାଳମାନଙ୍କୁ ପତ୍ର ଲେଖାଯାଇଛି। ରାଜ୍ୟର ସମସ୍ତ ୩୦ ଜିଲାରେ ଖରିଫ ଧାନ ସଂଗ୍ରହ କରାଯିବ। ଏଥିପାଇଁ ଅଗଷ୍ଟ ୧ରୁ ୩୧ ତାରିଖ ମଧ୍ୟରେ ଚାଷୀଙ୍କ ନିକଟରୁ ଆବେଦନପତ୍ର ଗ୍ରହଣ କରାଯିବ। ଇଚ୍ଛୁକ ଚାଷୀମାନେ ଆବେଦନପତ୍ର ପୂରଣ କରି ସମସ୍ତ ତଥ୍ୟ ସହ ନିକଟସ୍ଥ ଅଧିକୃତ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ୟାକ୍ସ/ଲ୍ୟାମ୍ପ୍ସ/ମହିଳା ସ୍ବୟଂ ସହାୟକ ଗୋଷ୍ଠୀ/ପାଣି ପଞ୍ଚାୟତରେ ଦାଖଲ କରିପାରିବେ। ଅଗଷ୍ଟ ୧ରୁ ୧୫ ମଧ୍ୟରେ ନବୀକରଣ ଫର୍ମ ଏବଂ ନୂତନ ନାମ ପଞ୍ଜୀକରଣ ଫର୍ମ ଚାଷୀମାନଙ୍କ ନିମନ୍ତେ ଉପଲବ୍ଧ ହେବ। ଯେଉଁମାନେ ଗତବର୍ଷ ଖରିଫ ଧାନ ବିକ୍ରି ନିମନ୍ତେ ନାମ ପଞ୍ଜୀକରଣ କରିଥିଲେ ସେମାନଙ୍କୁ କେବଳ ନାମ ନବୀକରଣ ନିମନ୍ତେ ଆବେଦନ କରିବାକୁ ପଡ଼ିବ। ଭାଗଚାଷୀ ଧାନ ବିକ୍ରି କରିବାକୁ ଚାହଁୁଥିଲେ ଜମି ମାଲିକଙ୍କ ସମ୍ମତି ପତ୍ର ଆବଶ୍ୟକ। ତାଲିକାକୁ ନେଇ ଯେଉଁମାନଙ୍କ ଆପତ୍ତି ରହିଥିବ ସେମାନେ ଅଗଷ୍ଟ ୧୦ରୁ ସେପ୍ଟେମ୍ବର ୧୭ ମଧ୍ୟରେ ଅଭିଯୋଗପତ୍ର ଦାଖଲ କରିପାରିବେ। ସେପ୍ଟେମ୍ବର ୨୫ରୁ ଅକ୍ଟୋବର ୧୫ ମଧ୍ୟରେ ଚାଷୀଙ୍କ ଚୂଡାନ୍ତ ତାଲିକା ପ୍ରସ୍ତୁତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri