ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହେଉଥିବା ବେଳେ ଆଜିଠାରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ।

ଜାଣନ୍ତୁ କେଉଁଠି ମିଳିବ ଫର୍ମ:

ଜିଲାର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ’ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ’ ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି।

ଜାଣନ୍ତୁ ଆବେଦନ ପାଇଁ କ’ଣ ଦରକାର?

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ। ଏହା ସହ ଆଧାର କାର୍ଡ ସହିତ ନିଜର କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ହୋଇଥିବା ଜରୁରୀ। ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍‌ ହୋଇଥିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଯଦି କାହାର ଆଧାରକାର୍ଡ ନାହିଁ ତେବେ ନୂଆ ଆଧାରକାର୍ଡ କରିବାକୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୫ ବର୍ଷରେ ମୋଟ୍‌ ୫୦ ହଜାର ଟଙ୍କା ପାଇବେ। ସେପ୍ଟେମ୍ବର ୧୭ରେ ଏହି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷକୁ ଦୁଇଥର ସୁଭଦ୍ରା ଯୋଜନାର କିସ୍ତି ଟଙ୍କା ମିଳିବ। ମାର୍ଚ୍ଚ ୮ରେ ଆନ୍ତର୍ଜାତିକ ମହିଳା ଦିବସ ଓ ରାଖୀପୂର୍ଣ୍ଣିମାରେ ୫ ହଜାର ଲେଖାଏ କିସ୍ତି ଟଙ୍କା ମିଳିବ। ଚଳିତବର୍ଷ ରାଖୀ ପୂର୍ଣ୍ଣିମା ସରି ଯାଇଥିବାରୁ ସେପ୍ଟେମ୍ବର ୧୭ରେ ଯୋଜନାର ଉଦ୍‌ଘାଟନ ଦିନ ପ୍ରଥମ କିସ୍ତି ଟଙ୍କା ମିଳିବ। ରାଜ୍ୟରେ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?