ଚଳିତବର୍ଷ ଆଗୁଆ ହେବ ସ୍ନାତକ, ସ୍ନାତକୋତ୍ତର ନାମଲେଖା

ଭୁବନେଶ୍ୱର,୧୩ା୨(ସୁଚିସ୍ମିତା ସାହୁ): ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ନାମଲେଖା ଆଗୁଆ କରାଯିବ। ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିପିଇଟି)କୁ ଆଗୁଆ କରାଯିବ। ସେହିପରି ସ୍ନାତକ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ମଧ୍ୟ ସଠିକ୍‌ ସମୟରେ କରି ତ୍ୱରିତ ଫଳ ପ୍ରକାଶ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
କୋଭିଡ୍‌ ସମୟରୁ ନାମଲେଖା ଓ ପାଠପଢ଼ା ସମୟଚକ୍ରରେ ବିରାଟ ବ୍ୟବଧାନ ଦେଖିବାକୁ ମିଳିଥିଲା। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ନାତକ ମହାବିଦ୍ୟାଳୟ ସେମାନଙ୍କ ଶେଷ ସେମିଷ୍ଟର ପରୀକ୍ଷା ସାରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ସରିବାର ମାସକ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରିବେ। ଯଦ୍ଦ୍ବାରା ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପଢ଼ିବା ପାଇଁ ମଧ୍ୟ ଓଡ଼ିଶାର ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ଅନ୍ୟ ସେମିଷ୍ଟର ପରୀକ୍ଷା ମଧ୍ୟ ଅନୁଷ୍ଠିତ କରିବାକୁ କୁହାଯାଇଛି। ଫଳରେ ଶେଷ ସେମିଷ୍ଟର ପରୀକ୍ଷା ଦେଉଥିବା ପିଲାଙ୍କର ଅନ୍ୟ ସେମିଷ୍ଟରରେ ବ୍ୟାକ୍‌ ଲାଗିଥିଲେ ମଧ୍ୟ କୌଣସି ଅସୁବିଧାର ସମ୍ମୁଖୀନ ହେବେନାହିଁ। ଅନୁରୂପ ଭାବେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିପିଇଟି) କରିବାକୁ ମଧ୍ୟ ଉଚ୍ଚଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି। ପୂର୍ବବର୍ଷ ପରି ଚଳିତ ଥର ରାଜ୍ୟ ପ୍ରବରଣ ମଣ୍ଡଳୀ (ଏସ୍‌ଏସ୍‌ବି) ପ୍ରବେଶିକା ପରୀକ୍ଷା ପରିଚାଳନା କରିବ। ଆବେଦନ ପୂର୍ବରୁ ସମସ୍ତ ବିଷୟକୁ ସଠିକ୍‌ ଭାବେ ୱେବସାଇଟ୍‌ରେ ସଂଲଗ୍ନ କରିବା ଓ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବାକୁ ବିଷୟ ତାଲିକା ପ୍ରଦାନ ପାଇଁ ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବ ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଅବଗତ କରାଯାଇଛି। ସମସ୍ତ ପ୍ରକ୍ରିୟା ସରିବା ପରେ ପୂର୍ବବର୍ଷ ପରି ପରୀକ୍ଷାଫଳ ପ୍ରକାଶ ପୂର୍ବରୁ ଉଭୟ ସ୍ନାତକ ଓ ସ୍ନାତକୋତ୍ତର ନାମଲେଖା ପାଇଁ ଆବେଦନ ଆରମ୍ଭ କରିବାକୁ ବିଭାଗ ଯୋଜନା କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri