ଗତ ବର୍ଷ ତୁଳନାରେ ପଞ୍ଜୀକରଣ ୧୩ % ବୃଦ୍ଧି

ଭୁବନେଶ୍ୱର ୯।୯(ବ୍ୟୁରୋ): ୨୦୨୦-୨୧ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ନାମ ପଞ୍ଜୀକରଣ ଗତବର୍ଷ ତୁଳନାରେ ୧୩ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୦-୨୧ରେ ଖରିଫ୍‌ ଧାନ ସଂଗ୍ରହ ପାଇଁ ଏ ପର୍ଯ୍ୟନ୍ତ ୧୪ ଲକ୍ଷ ୨ ହଜାର ୨୦୫ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି ା ୨୦୧୯-୨୦ ରେ ୧୨ ଲକ୍ଷ ୩୫ ହଜାର ୯୦୮ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ ା ସରକାରଙ୍କ କୋଭିଡ ଗାଇଲଲାଇନ ପାଳନ କରି ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାଧ୍ୟମରେ ଚାଷୀଙ୍କ ନାମ ପଞ୍ଜୀକରଣ କରାଯାଇଛି। ଗତବର୍ଷ ତୁଳନାରେ ୧ ଲକ୍ଷ ୬୬ ହଜାର ୨୯୭ ଜଣ ଅଧିକ ଚାଷୀ ଖରିଫ୍‌ ଧାନ ବିକିବା ନିମନ୍ତେ ନାମ ପଞ୍ଜୀକରଣ କରିଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ରାଜ୍ୟରେ ଖରିଫ୍‌ ଧାନ ସଂଗ୍ରହ ପାଇଁ ୨୮୫୨ଟି ପ୍ରାଥମିକ ସମବାୟ ସମିତି ଜରିଆରେ ନାମ ପଞ୍ଜୀକରଣ କାର୍ଯ୍ୟ କରାଯାଉଛି ା ଗତବର୍ଷ ତୁଳନାରେ ରାଜ୍ୟରେ ନାମ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି ପାଉଛି। ନୂଆପଡ଼ା ଜିଲାରେ ୩୫ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ବଲାଙ୍ଗୀର ଓ ଯାଜପୁର ଜିଲାରେ ୨୯,ମୟୂରଭଞ୍ଜରେ ୨୮, ଝାରସୁଗୁଡ଼ାରେ ୨୩, ଦେବଗଡ଼ରେ ୨୨, ଭଦ୍ରକରେ ୨୦ ଓ ଢେଙ୍କାନାଳରେ ୧୯ ପ୍ରତିଶତ ବୃଦ୍ଧି ପାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri