ଭୁବନେଶ୍ୱର ୯।୯(ବ୍ୟୁରୋ): ୨୦୨୦-୨୧ ଖରିଫ୍ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ନାମ ପଞ୍ଜୀକରଣ ଗତବର୍ଷ ତୁଳନାରେ ୧୩ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୦-୨୧ରେ ଖରିଫ୍ ଧାନ ସଂଗ୍ରହ ପାଇଁ ଏ ପର୍ଯ୍ୟନ୍ତ ୧୪ ଲକ୍ଷ ୨ ହଜାର ୨୦୫ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି ା ୨୦୧୯-୨୦ ରେ ୧୨ ଲକ୍ଷ ୩୫ ହଜାର ୯୦୮ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ ା ସରକାରଙ୍କ କୋଭିଡ ଗାଇଲଲାଇନ ପାଳନ କରି ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାଧ୍ୟମରେ ଚାଷୀଙ୍କ ନାମ ପଞ୍ଜୀକରଣ କରାଯାଇଛି। ଗତବର୍ଷ ତୁଳନାରେ ୧ ଲକ୍ଷ ୬୬ ହଜାର ୨୯୭ ଜଣ ଅଧିକ ଚାଷୀ ଖରିଫ୍ ଧାନ ବିକିବା ନିମନ୍ତେ ନାମ ପଞ୍ଜୀକରଣ କରିଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ରାଜ୍ୟରେ ଖରିଫ୍ ଧାନ ସଂଗ୍ରହ ପାଇଁ ୨୮୫୨ଟି ପ୍ରାଥମିକ ସମବାୟ ସମିତି ଜରିଆରେ ନାମ ପଞ୍ଜୀକରଣ କାର୍ଯ୍ୟ କରାଯାଉଛି ା ଗତବର୍ଷ ତୁଳନାରେ ରାଜ୍ୟରେ ନାମ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି ପାଉଛି। ନୂଆପଡ଼ା ଜିଲାରେ ୩୫ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ବଲାଙ୍ଗୀର ଓ ଯାଜପୁର ଜିଲାରେ ୨୯,ମୟୂରଭଞ୍ଜରେ ୨୮, ଝାରସୁଗୁଡ଼ାରେ ୨୩, ଦେବଗଡ଼ରେ ୨୨, ଭଦ୍ରକରେ ୨୦ ଓ ଢେଙ୍କାନାଳରେ ୧୯ ପ୍ରତିଶତ ବୃଦ୍ଧି ପାଇଛି ା
ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…
ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…
ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…
ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…
ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର
ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…
ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!
କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…
ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ
ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…
ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍
ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ସ୍କୁଟିକୁ ଧକ୍କା…
ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…
ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

