Posted inଜାତୀୟ

୧୦ ଲକ୍ଷ ଟପିଲା ଆୟୁଷ୍ମାନ ବୟବନ୍ଦନା କାର୍ଡରେ ହିତାଧିକାରୀଙ୍କ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮।୧୧: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହୋଇଥିବା ଆୟୁଷ୍ମାନ ବୟବନ୍ଦନା କାର୍ଡରେ ପଞ୍ଜୀକରଣ ୧୦ ଲକ୍ଷରୁ ଅଧିକ ହୋଇଛି । ଏହି କାର୍ଡ ମାଧ୍ୟମରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ସୁଫଳ ପାଇପାରିବେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପଞ୍ଜୀକରଣ ଆରମ୍ଭ ହେବାର ୩ ସପ୍ତାହ ମଧ୍ୟରେ ଏହି ସଫଳତା ମିଳିଛି ।

ଗତ ଅକ୍ଟୋବର ୨୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିଥିଲେ । ଏଥିରେ ୪ ଲକ୍ଷ ମହିଳା ପଞ୍ଜିକୃତ ହୋଇଥିବା ଜଣାପଡ଼ିଛି । ଶୁଭାରମ୍ଭ ପରଠାରୁ ୭୦ ବର୍ଷରୁ ଊଦ୍ଧ୍ୱର୍ ୧ ହଜାର ୪୦୦ରୁ ଅଧିକ ମହିଳା ଏବଂ ୪ ହଜାର ୮୦୦ରୁ ଅଧିକ ପୁରୁଷ ଏହି ଯୋଜନା ମାଧ୍ୟମରେ ସୁଫଳ ପାଇଛନ୍ତି । ଏ ବାବଦରେ ୯ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରାଳୟ କହିଛି ।

ସେପ୍ଟେମ୍ବର ମାସରେ କ୍ୟାବିନେଟ ‘ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା’ର ପରିସରକୁ ବୃଦ୍ଧିକରି ୭୦ ବର୍ଷରୁ ଊଦ୍ଧ୍ୱର୍ ବୟସ୍କ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟବୀମାକୁ ଅନ୍ତର୍ଭୁକ୍ତ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଥିଲା । ଏହାଦ୍ୱାରା ଦେଶର ସାଢ଼େ ୪ କୋଟି ପରିବାରର ପ୍ରାୟ ୬ କୋଟି ବରିଷ୍ଠ ନାଗରିକ ମାଗଣା ଚିକିତ୍ସା ସୁବିଧା ପାଇପାରିବେ । ଏହି ଯୋଜନାରେ ଯେକୌଣସି ଆୟବର୍ଗର ୭୦ ବର୍ଷରୁ ଊଦ୍ଧ୍ୱର୍ ନାଗରିକ ସାମିଲ ହୋଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri