ଜାନୁଆରୀରୁ ଚାଷୀ ପଞ୍ଜୀକରଣ, ଚିହ୍ନଟ ହେବେ ଅଣଚାଷୀ

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ଯେଉଁ ଅଣଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭ ଉଠାଉଛନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ। ରାଜ୍ୟ ସରକାର ଏବେ ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟକରିବା ପ୍ରକ୍ରିୟା ଆରମ୍ଭ କରିବେ। ଜାନୁଆରୀରୁ ଚାଷୀ ପଞ୍ଜୀକରଣ ଆରମ୍ଭ ହୋଇଯିବ। ଚାଷୀମାନଙ୍କୁ ୧୪ ଟିକିଆ ନମ୍ବର ବିଶିଷ୍ଟ ସ୍ବତନ୍ତ୍ର ଆଇଡି ମିଳିବ। ଡିଜିଟାଲ କୃଷକ କାର୍ଡ ମଧ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ। ଏଥିପାଇଁ ଚାଷୀଙ୍କ ଡାଟାବେସ୍‌ ପ୍ରସ୍ତୁତ କରିବାକୁ ସବୁ ଜିଲାପାଳଙ୍କୁ କୃଷି ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ୍‌ ଏବଂ ଏସ୍‌ଓପି ପଠାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜାନୁଆରୀ ୧ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପଞ୍ଜୀକରଣ ଚାଲିବ। ସବୁ ପଞ୍ଚାୟତରେ ସ୍ବତନ୍ତ୍ର ଶିବିର ଖୋଲାଯିବ। ଏହି ଶିବିରରେ ୨ ଜଣ ଲେଖାଏ ଗ୍ରାମ୍ୟ କୃଷି ସେବକ ଓ ଜଣେ ରାଜସ୍ବ ନିରୀକ୍ଷକ ଉପସ୍ଥିତ ରହିବେ। ଚାଷୀଙ୍କୁ ଶିବିର ପର୍ଯ୍ୟନ୍ତ ଆଣିବା ପାଇଁ ସ୍ଥାନୀୟ କୃଷକ ସାଥୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ପ୍ରତ୍ୟେକ ଶିବିରର ତଦାରଖ ଦାୟିତ୍ୱରେ କୃଷି ଓଭରସିୟର, ବ୍ଲକ୍‌ କୃଷି ଅଧିକାରୀ, ଅତିରିକ୍ତ ତହସିଲଦାର କିମ୍ବା ତହସିଲଦାରଙ୍କ ମଧ୍ୟରୁ ଜଣେ ରହିବେ। ଚାଷୀମାନେ ନିଜର ଆଧାର କାର୍ଡ, ଆଧାର ଲିଙ୍କ୍‌ ଥିବା ମୋବାଇଲ ଫୋନ୍‌, ଜମିପଟ୍ଟା ଦାଖଲକରି ପଞ୍ଜୀକରଣ କରିପାରିବେ। ପ୍ରଥମ ପର୍ଯ୍ୟାୟରେ ଆୟୋଜିତ ଏହି ଶିବିରରେ ପିଏମ୍‌ କିଷାନ, ପ୍ରଧାନମନ୍ତ୍ରୀ ଫସଲବୀମା, କୃଷକ ଓଡ଼ିଶାର ହିତାଧିକାରୀଙ୍କ ପଞ୍ଜୀକରଣ ଶେଷ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri