୩୧ରୁ ଜୟପୁରରୁ ନିୟମିତ ଉଡ଼ିବ ବିମାନ

ଜୟପୁର,୩୦।୧୦ (ନି.ପ୍ର.):  କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ଆସନ୍ତା ୩୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଏନେଇ ଗତ ୨୦ରେ ବିମାନବନ୍ଦରକୁ ଲାଇସେନ୍ସ ମିଳିଥିବା ବେଳେ ଏବେ ବିମାନ ଉଡ଼ାଣ ଲାଗି ସ୍ଥିର ହୋଇଛି। ଏଥିପାଇଁ ଜୟପୁରଠାରୁ ଭୁବନେଶ୍ୱର ପାଇଁ ଅନ୍‌ଲାଇନ ଟିକେଟ ବୁକିଂ ପାଇଁ ମଧ୍ୟ ଘୋଷଣା ହୋଇଛି। ଜୟପୁରଠାରୁ ଭୁବନେଶ୍ୱର ପାଇଁ ୯୯୯ ଟଙ୍କା ଟିକେଟ ମୂଲ୍ୟ ରହିଛି। ଜୟପୁରରୁ ବିମାନ ସେବା ଆରମ୍ଭ ହେଲେ ଅଭିବକ୍ତ କୋରାପୁଟ ଜିଲାବାସୀ ଉପକୃତ ହେବେ।
ଜୟପୁର-ଭୁବନେଶ୍ବର ମଧ୍ୟରେ ଯାତ୍ରୀବାହୀ ବିମାନ ଉଡ଼ିବା ନେଇ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଶନିବାର ମନ୍ତ୍ରୀ ଜଗନ୍ନାଥ ସାରକା ବିମାନବନ୍ଦରର ପ୍ରସ୍ତୁତି ବୁଲି ଦେଖିଛନ୍ତି। ଏହି ଅବସରରେ ସେ ଉପସ୍ଥିତ ଅଧିକାରୀ ପିଏ ଆଇଟିଡିଏ ଗୋପୀନାଥ ସାରକା, ବିମାନ ବନ୍ଦର ପାଇଁ ଅଧିକୃତ ଅଧିକାରୀ ଇଂ. ଭାସ୍କର ସାମନ୍ତରାୟଙ୍କ ସହ ଆଲୋଚନା କରିଥିଲେ। ଆଗାମୀ ଦିନରେ ଏହି ବନ୍ଦରକୁ କିଭଳି ୭୨ ସିଟ୍‌ ବିଶିଷ୍ଟ ବିମାନ ଆସିବ ଏବଂ ବିମାନବନ୍ଦର ଲାଗି ଆବଶ୍ୟକ ଥିବା ଆଉ ୨୦୫ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା ପାଇଁ ରାଜ୍ୟ ସରକାରଙ୍କଠାରୁ କିପରି ଶୀଘ୍ର ଅନୁମତି ମିଳିବ ସେନେଇ ସେ ଗୁରୁତ୍ୱ ଦେବେ ବୋଲି ପ୍ରକାଶ କରିଥିଲେ। ୩୧ରୁ ନିୟମିତ ବିମାନ ଉଡ଼ିବା ନେଇ ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ଅବ୍‌ଦାଲ ଏମ୍‌. ଅଖତାର, ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ର ଜୟପୁର ବିମାନବନ୍ଦର ପରିଦର୍ଶନ କରି ସହକାରୀ ନିର୍ବାହୀ ଯନ୍ତ୍ରୀ ସୋମନାଥ ତ୍ରିପାଠୀଙ୍କ ସହ ଆଲୋଚନା କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri