୩ ମାସ ମଧ୍ୟରେ ନିୟମିତ କର: ହାଇକୋର୍ଟ

କଟକ ଅଫିସ,୨ା୬: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟଙ୍କ ଚାକିରି ୩ ମାସ ମଧ୍ୟରେ ନିୟମିତ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଏସ୍‌. କେ. ସାହୁ ଏ ସମ୍ପର୍କିତ ୫ଟି ମାମଲାର ଏକତ୍ର ଶୁଣାଣି କରି ଯେତେଶୀଘ୍ର ସମ୍ଭବ ଆବେଦନକାରୀଙ୍କୁ ନିୟମିତ କରିବା ପାଇଁ କହିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ଆବେଦନକାରୀ ସୁରେନ୍ଦ୍ର ବାରିକ, ସୁଧାକର ବାରିକ, ସଦାନନ୍ଦ ପ୍ରଧାନ, ଅରବିନ୍ଦ ବେହେରା ଓ ପ୍ରେମରାଜ ପଣ୍ଡା ଦୀର୍ଘବର୍ଷ ଧରି ବିଶ୍ୱବିଦ୍ୟାଳୟରେ ଏକାଧିକ ପଦବୀରେ ଅତ୍ୟନ୍ତ ସ୍ବଳ୍ପ ପାରିଶ୍ରମିକରେ ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିଲେ। ପରବର୍ତ୍ତୀ ସମୟରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଜୁନିୟର ଆସିଷ୍ଟାଣ୍ଟ ଭାବେ ନିଯୁକ୍ତି ଦିଆଯାଇଥିଲା। ସେମାନେ ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ଚାକିରି ନିୟମିତ କରିବା ନେଇ ଦାବି ଉପସ୍ଥାପନ କରିଥିଲେ। ଆବେଦନକାରୀଙ୍କ ସମେତ ମୋଟ ୪୩ ଜଣଙ୍କୁ ନିୟମିତ କରିବା ନିମନ୍ତେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଥିଲା। ହେଲେ ରାଜ୍ୟ ସରକାର ସେମାନଙ୍କ ଚାକିରି ନିୟମିତ ହେବା ନେଇ କୌଣସି ପଦକ୍ଷେପ ନେଲେ ନାହିଁ। ଫଳରେ ସେମାନେ ୨୦୧୯ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିରେ ରାଜ୍ୟ ସରକାରଙ୍କ ସମେତ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri