୩ ମାସ ମଧ୍ୟରେ ନିୟମିତ କର: ହାଇକୋର୍ଟ

କଟକ ଅଫିସ,୨ା୬: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟଙ୍କ ଚାକିରି ୩ ମାସ ମଧ୍ୟରେ ନିୟମିତ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଏସ୍‌. କେ. ସାହୁ ଏ ସମ୍ପର୍କିତ ୫ଟି ମାମଲାର ଏକତ୍ର ଶୁଣାଣି କରି ଯେତେଶୀଘ୍ର ସମ୍ଭବ ଆବେଦନକାରୀଙ୍କୁ ନିୟମିତ କରିବା ପାଇଁ କହିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ଆବେଦନକାରୀ ସୁରେନ୍ଦ୍ର ବାରିକ, ସୁଧାକର ବାରିକ, ସଦାନନ୍ଦ ପ୍ରଧାନ, ଅରବିନ୍ଦ ବେହେରା ଓ ପ୍ରେମରାଜ ପଣ୍ଡା ଦୀର୍ଘବର୍ଷ ଧରି ବିଶ୍ୱବିଦ୍ୟାଳୟରେ ଏକାଧିକ ପଦବୀରେ ଅତ୍ୟନ୍ତ ସ୍ବଳ୍ପ ପାରିଶ୍ରମିକରେ ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିଲେ। ପରବର୍ତ୍ତୀ ସମୟରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଜୁନିୟର ଆସିଷ୍ଟାଣ୍ଟ ଭାବେ ନିଯୁକ୍ତି ଦିଆଯାଇଥିଲା। ସେମାନେ ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ଚାକିରି ନିୟମିତ କରିବା ନେଇ ଦାବି ଉପସ୍ଥାପନ କରିଥିଲେ। ଆବେଦନକାରୀଙ୍କ ସମେତ ମୋଟ ୪୩ ଜଣଙ୍କୁ ନିୟମିତ କରିବା ନିମନ୍ତେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଥିଲା। ହେଲେ ରାଜ୍ୟ ସରକାର ସେମାନଙ୍କ ଚାକିରି ନିୟମିତ ହେବା ନେଇ କୌଣସି ପଦକ୍ଷେପ ନେଲେ ନାହିଁ। ଫଳରେ ସେମାନେ ୨୦୧୯ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିରେ ରାଜ୍ୟ ସରକାରଙ୍କ ସମେତ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?