ଚାକିରି ନିୟମିତ ଦାବି କଲେ ଠିକା ସ୍ବାସ୍ଥ୍ୟ କର୍ମଚାରୀ

ପାରଳାଖେମୁଣ୍ଡି,୧୨ା୧୧(ଡି.ଏନ୍‌.ଏ): ସ୍ବାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ଗଜପତି ଜିଲା ଶାଖା ପକ୍ଷରୁ ଓଡିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜାତୀୟ ସ୍ବାସ୍ଥ୍ୟ ମିଶନ ଏବଂ ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସୋସାଇଟି ଅଧୀନରେ କାର୍ଯ୍ୟରତ ସମସ୍ତ ଠିକା କର୍ମଚାରୀଙ୍କ ଚାକିରି ନିୟମିତ କରିବା ପାଇଁ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲା ସ୍ବାସ୍ଥ୍ୟ ଠିକା କର୍ମଚାରୀ ମହାସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସେଥିରେ ଉଲ୍ଲେଖ ଅଛି ଯେ, ଜିଲାରେ ଠିକା କର୍ମଚାରୀମାନେ ଦୀର୍ଘ ୧୫ ବର୍ଷରୁ ଉର୍ଦ୍ଧ୍ୱ ହେବ ନିରବଚ୍ଛିନ୍ନ ଭାବେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇ ଆସୁଥିଲେ ମଧ୍ୟ ସରକାର ନ୍ୟାଯ୍ୟ ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି । ଗତ ମାସରେ ସରକାର ଠିକା ପ୍ରଥା ଉଚ୍ଛେଦ କରିଥିବା ବେଳେ ଜାତୀୟ ସ୍ବାସ୍ଥ୍ୟ ମିଶନ ଏବଂ ରାଜ୍ୟ ଏଡସ ନିୟନ୍ତ୍ରଣ ସୋସାଇଟି ଅଧୀନରେ କାର୍ଯ୍ୟରତ ୧୦ ହଜାରରୁ ଉର୍ଦ୍ଧ୍ୱ ପ୍ରକୃତ ଠିକା କର୍ମଚାରୀଙ୍କୁ ବାଦ ଦେଇଛନ୍ତି। ତେଣୁ ଠିକା କର୍ମଚାରୀ ମହାସଂଘର ଦାବି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ସରକାରଙ୍କ ସହ ବିଚାର ବିମର୍ଷ କରି ପ୍ରକୃତ ଠିକା କର୍ମଚାରୀମାନଙ୍କର ଚାକିରିକୁ ନିୟମିତ କରିବା ପାଇଁ ପଦକ୍ଷେପ ନେବାକୁ ଦାବି ପତ୍ରରେ ଉଲ୍ଳେଖ କରାଯାଇଛି। ନଚେତ ଜରୁରୀ ବିଭାଗରେ କାର୍ଯ୍ୟରତ ଥିଲେ ମଧ୍ୟ ହଳଦିଆ ବ୍ୟାଜ (ଆଶାର ଆଲୋକ) ପିନ୍ଧିବା ସହିତ ଆମ ଉପରେ ନ୍ୟସ୍ତ ସମସ୍ତ କାର୍ଯ୍ୟରେ ଓଡିଶା ସରକାରଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ଅସହଯୋଗ କରିବୁ ବୋଲି ସ୍ବାସ୍ଥ୍ୟ ଠିକା କର୍ମଚାରୀ ଜଣାଇଛନ୍ତି । ଦାବିପତ୍ର ପ୍ରଦାନ ବେଳେ ମହାସଂଘର ଗଜପତି ଜିଲା ଶାଖା ସଭାପତି ଏମ.ଖଗେଶ୍ୱର, ସମ୍ପାଦକ ଜେ.ସୁଦର୍ଶନ ରାଜୁ ପ୍ରମୁଖଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri