ବିପଦସଙ୍କୁଳ ଅବସ୍ଥାରେ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ

ନିଶ୍ଚିନ୍ତକୋଇଲି,୪।୯(ଅଶୋକ କୁମାର ମହାପାତ୍ର୍ର): କଟକ ଉପଜିଲାପାଳଙ୍କ ଅଧୀନରେ ଥିବା କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଗୃହକୁ ମରାମତି କରାଯିବା ନିମନ୍ତେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ କର୍ମଚାରୀମାନେ ଭାଗ୍ୟକୁ ଆଦରି ଏଠାରେ କାର୍ଯ୍ୟ କରୁଛନ୍ତି।
ନିଶ୍ଚିନ୍ତକୋଇଲି ବ୍ଲକ କୋଲଣପୁର ପଞ୍ଚାୟତର କୁଳିଆଠାରେ କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ରହିଛି। ଏହି କାର୍ଯ୍ୟାଳୟ ଉପରେ ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗା ବ୍ଲକର ବହୁ ଚାଷୀ ନିର୍ଭରଶୀଳ। ପ୍ରତିଦିନ ବିଭିନ୍ନ କାର୍ଯ୍ୟ ନିମନ୍ତେ ଚାଷୀ ଓ କର୍ମଚାରୀମାନେ ଏଠାକୁ ଆସିଥାନ୍ତି। ଏହି କାର୍ଯ୍ୟାଳୟ ପରିସରରେ ସରକାରଙ୍କ ତରଫରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ଗୃହ ନିର୍ମାଣ କରାଯାଉଛି। ଏହାସତ୍ତ୍ୱେ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହର ଛାତ ,କାନ୍ଥ ଓ ବିମ୍‌ ଫାଟି ଆଁ କରିଛି। ଏହାକୁ ମରାମତି ନିମନ୍ତେ ବିଭାଗୀୟସ୍ତରରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ କାର୍ଯ୍ୟାଳୟର ଛାତରୁ ପାଣି ଝରୁଥିଲା ବେଳେ ଅଫିସର କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସୁରକ୍ଷିତ ଭାବେ ରହି ପାରୁନାହିଁ। ଛାତରୁ ବହୁ ସମୟରେ ସିମେଣ୍ଟ ମିଶ୍ରିତ ଗୋଡି ଖଣ୍ଡଖଣ୍ଡହୋଇ ଖସିପଡ଼ୁଛି। ଏପରିକି କାର୍ଯ୍ୟାଳୟର କର୍ମଚାରୀ ନିକଟରେ ଆହତ ହୋଇଥିବା ମଧ୍ୟ ନଜୀର ରହିଛି। ପ୍ରଶାସନ ତରଫରୁ ତୁରନ୍ତ ଏହି ବିପଦସଙ୍କୁଳ ଗୃହକୁ ଭଙ୍ଗାଯାଇ ନୂତନ ଗୃହ ନିର୍ମାଣ ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri