Champions Trophy: ଫାଇନାଲ ମ୍ୟାଚ ତୁଲାଇବେ ଏହି ଶ୍ରେଷ୍ଠ ଆଇସିସି ଅମ୍ପାୟାର

ଦୁବାଇ,୬ା୩: ଆସନ୍ତା ରବିବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆର ପଲ ରିଫେଲ ଓ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଅନ-ଫିଲ୍ଡ ଅମ୍ପାୟର ଦାୟିତ୍ୱ ତୁଲାଇବେ। ଏହି ମ୍ୟାଚ ଲାଗି ଶ୍ରୀଲଙ୍କାର ରଞ୍ଜନ ମାଦୁଗଲେଙ୍କୁ ମ୍ୟାଚ ରେଫରୀ ଭାବେ ନିଯୁକ୍ତ କରାଯାଇଛି।

ଅଷ୍ଟ୍ରେଲିଆର ପୂର୍ବତନ ଫାଷ୍ଟ ବୋଲର ୫୮ ବର୍ଷୀୟ ରିଫେଲ ଦକ୍ଷିଣ ଆଫ୍ରିକା ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଅମ୍ପାୟର ଦାୟିତ୍ୱ ତୁଲାଇଥିଲେ। ଇଂଲଣ୍ଡର ପୂର୍ବତନ ବାମହାତୀ ସ୍ପିନର ୬୧ ବର୍ଷୀୟ ଇଲିଙ୍ଗଓ୍ବର୍ଥ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲର ପରିଚାଳନା ଦାୟିତ୍ୱରେ ଥିଲେ।

୪ ଥର ବର୍ଷର ଶ୍ରେଷ୍ଠ ଆଇସିସି ଅମ୍ପାୟାର ପୁରସ୍କାର ପାଇଥିବା ଇଲିଙ୍ଗଓ୍ବର୍ଥ ଭାରତରେ ଖେଳାଯାଇଥିବା ୨୦୨୩ ଦିନିକିଆ ବିଶ୍ୱକପ୍‌ ଓ ୨୦୨୪ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚରେ ଅମ୍ପାୟରିଂ କରିଥିଲେ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଗ୍ରୁପ ମ୍ୟାଚରେ ମଧ୍ୟ ସେ ଅମ୍ପାୟରିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri