ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୭ା୧୨ (ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ ଅସନ୍ତୁଷ୍ଟ ଅଛନ୍ତି। ଜିଲାରେ ଇତିମଧ୍ୟରେ ୧୦୬ଟି ଧାନ ଅମଳ ଖଳା ନିର୍ମାଣ ହୋଇଛି। ତେବେ ଏହି ଖଳା ଚାଷୀଙ୍କ ପରିବର୍ତ୍ତେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲକୁ ଚାଲିଯାଇଛି। ସେହିପରି ନିମ୍ନମାନର କାର୍ଯ୍ୟ ଯୋଗୁ ଅଳ୍ପ କେତେଦିନ ମଧ୍ୟରେ ନଷ୍ଟ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି।
ଡେରାବିଶ ବ୍ଲକ ବାରିମୂଳର ଅନନ୍ତ ମଲ୍ଲିକ କହିଛନ୍ତି, ଖରିଫ ଧାନ ଅମଳ ଚାଷୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହି ଜିଲାରେ ଧାନ ଚାଷ ଅଧିକ। ଏହାକୁ ଅମଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗ୍ରାମରେ କଂକ୍ରିଟ ଖଳା ନିର୍ମାଣ ହୋଇଛି। ଏହି ଖଳା ଏବେ କେତେଜଣ ଲୋକଙ୍କ ଜବରଦଖଲକୁ ଚାଲିଯାଇଛି। ଖଳାରେ ଗାଈ, ମଇଁଷି ବାନ୍ଧିବା ସହିତ ଗୋବର ଘଷିଭାଡ଼ି ରହିଛି। ଏପରିକି ଏହି ଖଳାରେ ବାଲି, କଂକ୍ରିଟ ରହିଥିବା ଦେଖିବାକୁ ମିଳିଛି। ଜିଲାରେ ସାଧାରଣତଃ ଅମଳ ସମୟରେ ସାମୁଦ୍ରିକ ଝଡ଼ ଦେଖାଯାଇଥାଏ। ଏହି ସମୟରେ ଅମଳ କ୍ଷେତ୍ରରେ ସମସ୍ୟା ହୋଇଥାଏ। ଜବରଦଖଲରେ ଖଳା ଥିବାରୁ ଚାଷୀ କଂକ୍ରିଟ ଖଳାର ଉପଯୋଗ କରିପାରୁନାହାନ୍ତି। ମହାକାଳପଡ଼ାର ଚାଷୀ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, ଗୋଟିଏ କଂକ୍ରିଟ ଖଳାରେ ଅନୂ୍ୟନ ୭ରୁ ୯ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ବ୍ୟୟ ହେଉଛି। ଏହି ନିର୍ମାଣ କାର୍ଯ୍ୟକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ନଜର ରହୁନାହିଁ। ଫଳରେ ଠିକାଦାର ଖଳା ନିର୍ମାଣ ପରେ ଦୁଇ ମାସ ମଧ୍ୟରେ ଏହା ନଷ୍ଟ ହେଉଛି। ସେହିପରି ଖଳା ନିର୍ମାଣ ସ୍ଥାନ ଚୟନରେ ବହୁ ତ୍ରୁଟି ଅଛି। ଖଳାକୁ କ୍ଷେତ ଅଞ୍ଚଳ ମଧ୍ୟରେ ରଖିଲେ ଏହାର ସୁଉପଯୋଗ ହୋଇପାରିବ। କେତେଗୋଟି ଖଳା ଓ କ୍ଷେତର ଦୂରତା ପ୍ରାୟ ୩ରୁ ୫ କିଲୋମିଟର ରହୁଥିବାରୁ ଚାଷୀ ଏହାକୁ ଉପଯୋଗ କରୁନାହାନ୍ତି। ଏହାସହ ଖଳାକୁ ଜବରଦଖଲକାରୀଙ୍କଠାରୁ ମୁକ୍ତ କରା ନ ଗଲେ ଯୋଜନା ଫେଲ୍‌ ବୋଲି କୁହାଯାଇପାରେ।
ଏ ସମ୍ପର୍କରେ ଆରଏମ୍‌ସି ସମ୍ପାଦକ ଚନ୍ଦ୍ରକାନ୍ତ ଜେନାଙ୍କୁ ପଚାରିବାରେ ଜିଲାରେ ମୋଟ ୧୦୬ଟି ଖଳା ମଧ୍ୟରୁ କୃଷି ବିଭାଗ ପକ୍ଷରୁ ୨୮ଟି ଖଳା ନିର୍ମାଣ ହୋଇଛି। ଅବଶିଷ୍ଟ ୭୮ ଖଳା ଆର୍‌ଏମ୍‌ସି ପକ୍ଷରୁ ନିର୍ମାଣ କରାଯାଇଛି। ପ୍ରାୟ ଅଢ଼େଇ ଗୁଣ୍ଠ ଜମି ଉପରେ ଖଳା ନିର୍ମାଣ ପାଇଁ ୭ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ଗ୍ରାମର ଚାଷୀ ଏହାକୁ ଉପଯୋଗ କରିବା କଥା। ଗ୍ରାମବାସୀଙ୍କ ବିରୋଧ ହେଲେ ଜବରଦଖଲ ହଟିବ। ଜବରଦଖଲ ସମ୍ପର୍କରେ ଅଦ୍ୟାବଧି କୌଣସି ଅଭିଯୋଗ ଆସିନାହିଁ। ଏପରି ଘଟଣା ନଜରକୁ ଆସିଲେ ପ୍ରଶାସନିକ ତଦନ୍ତ ସହ ପୋଲିସର ସହଯୋଗରେ ଜବରଦଖଲକାରୀଙ୍କୁ ଉଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri