ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୭ା୧୨ (ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ ଅସନ୍ତୁଷ୍ଟ ଅଛନ୍ତି। ଜିଲାରେ ଇତିମଧ୍ୟରେ ୧୦୬ଟି ଧାନ ଅମଳ ଖଳା ନିର୍ମାଣ ହୋଇଛି। ତେବେ ଏହି ଖଳା ଚାଷୀଙ୍କ ପରିବର୍ତ୍ତେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲକୁ ଚାଲିଯାଇଛି। ସେହିପରି ନିମ୍ନମାନର କାର୍ଯ୍ୟ ଯୋଗୁ ଅଳ୍ପ କେତେଦିନ ମଧ୍ୟରେ ନଷ୍ଟ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି।
ଡେରାବିଶ ବ୍ଲକ ବାରିମୂଳର ଅନନ୍ତ ମଲ୍ଲିକ କହିଛନ୍ତି, ଖରିଫ ଧାନ ଅମଳ ଚାଷୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହି ଜିଲାରେ ଧାନ ଚାଷ ଅଧିକ। ଏହାକୁ ଅମଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗ୍ରାମରେ କଂକ୍ରିଟ ଖଳା ନିର୍ମାଣ ହୋଇଛି। ଏହି ଖଳା ଏବେ କେତେଜଣ ଲୋକଙ୍କ ଜବରଦଖଲକୁ ଚାଲିଯାଇଛି। ଖଳାରେ ଗାଈ, ମଇଁଷି ବାନ୍ଧିବା ସହିତ ଗୋବର ଘଷିଭାଡ଼ି ରହିଛି। ଏପରିକି ଏହି ଖଳାରେ ବାଲି, କଂକ୍ରିଟ ରହିଥିବା ଦେଖିବାକୁ ମିଳିଛି। ଜିଲାରେ ସାଧାରଣତଃ ଅମଳ ସମୟରେ ସାମୁଦ୍ରିକ ଝଡ଼ ଦେଖାଯାଇଥାଏ। ଏହି ସମୟରେ ଅମଳ କ୍ଷେତ୍ରରେ ସମସ୍ୟା ହୋଇଥାଏ। ଜବରଦଖଲରେ ଖଳା ଥିବାରୁ ଚାଷୀ କଂକ୍ରିଟ ଖଳାର ଉପଯୋଗ କରିପାରୁନାହାନ୍ତି। ମହାକାଳପଡ଼ାର ଚାଷୀ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, ଗୋଟିଏ କଂକ୍ରିଟ ଖଳାରେ ଅନୂ୍ୟନ ୭ରୁ ୯ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ବ୍ୟୟ ହେଉଛି। ଏହି ନିର୍ମାଣ କାର୍ଯ୍ୟକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ନଜର ରହୁନାହିଁ। ଫଳରେ ଠିକାଦାର ଖଳା ନିର୍ମାଣ ପରେ ଦୁଇ ମାସ ମଧ୍ୟରେ ଏହା ନଷ୍ଟ ହେଉଛି। ସେହିପରି ଖଳା ନିର୍ମାଣ ସ୍ଥାନ ଚୟନରେ ବହୁ ତ୍ରୁଟି ଅଛି। ଖଳାକୁ କ୍ଷେତ ଅଞ୍ଚଳ ମଧ୍ୟରେ ରଖିଲେ ଏହାର ସୁଉପଯୋଗ ହୋଇପାରିବ। କେତେଗୋଟି ଖଳା ଓ କ୍ଷେତର ଦୂରତା ପ୍ରାୟ ୩ରୁ ୫ କିଲୋମିଟର ରହୁଥିବାରୁ ଚାଷୀ ଏହାକୁ ଉପଯୋଗ କରୁନାହାନ୍ତି। ଏହାସହ ଖଳାକୁ ଜବରଦଖଲକାରୀଙ୍କଠାରୁ ମୁକ୍ତ କରା ନ ଗଲେ ଯୋଜନା ଫେଲ୍‌ ବୋଲି କୁହାଯାଇପାରେ।
ଏ ସମ୍ପର୍କରେ ଆରଏମ୍‌ସି ସମ୍ପାଦକ ଚନ୍ଦ୍ରକାନ୍ତ ଜେନାଙ୍କୁ ପଚାରିବାରେ ଜିଲାରେ ମୋଟ ୧୦୬ଟି ଖଳା ମଧ୍ୟରୁ କୃଷି ବିଭାଗ ପକ୍ଷରୁ ୨୮ଟି ଖଳା ନିର୍ମାଣ ହୋଇଛି। ଅବଶିଷ୍ଟ ୭୮ ଖଳା ଆର୍‌ଏମ୍‌ସି ପକ୍ଷରୁ ନିର୍ମାଣ କରାଯାଇଛି। ପ୍ରାୟ ଅଢ଼େଇ ଗୁଣ୍ଠ ଜମି ଉପରେ ଖଳା ନିର୍ମାଣ ପାଇଁ ୭ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ଗ୍ରାମର ଚାଷୀ ଏହାକୁ ଉପଯୋଗ କରିବା କଥା। ଗ୍ରାମବାସୀଙ୍କ ବିରୋଧ ହେଲେ ଜବରଦଖଲ ହଟିବ। ଜବରଦଖଲ ସମ୍ପର୍କରେ ଅଦ୍ୟାବଧି କୌଣସି ଅଭିଯୋଗ ଆସିନାହିଁ। ଏପରି ଘଟଣା ନଜରକୁ ଆସିଲେ ପ୍ରଶାସନିକ ତଦନ୍ତ ସହ ପୋଲିସର ସହଯୋଗରେ ଜବରଦଖଲକାରୀଙ୍କୁ ଉଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?