ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍‌ଟାଲି

ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍‌ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି ସୋମବାର କହିଛନ୍ତି। ଦକ୍ଷିଣପନ୍ଥୀ ନେତା ତଥା ୟେମିନା ପାର୍ଟି ମୁଖ୍ୟ ୪୯ ବର୍ଷୀୟ ନେଫ୍‌ଟାଲି ରବିବାର ତ୍ରୟୋଦଶ ପ୍ରଧାନମନ୍ତ୍ରୀ ଭାବେ ଇସ୍ରାଏଲ ପାର୍ଲାମେଣ୍ଟ ନେସେଟ୍‌ରେ ଶପଥ ଗ୍ରହଣ କରିଛନ୍ତି। ଏ ନେଇ ମୋଦି ତାଙ୍କୁ ଟୁଇଟ୍‌ ଯୋଗେ ଅଭିନନ୍ଦନ ଜଣାଇଥିଲେ। ଆସନ୍ତା ବର୍ଷ ଉଭୟ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କକୁ ୩୦ ବର୍ଷ ପୂରିବାକୁ ଯାଉଥିବାବେଳେ ନେଫ୍‌ଟାଲିଙ୍କୁ ଭେଟି ରଣନୀତିକ ଭାଗିଦାରୀକୁ ଆହୁରି ଗଭୀର କରିବାକୁ ଉତ୍ସାହିତ ଥିବା ମୋଦି କହିଥିଲେ। ଏହାର ଉତ୍ତରରେ ନେଫ୍‌ଟାଲି ଧନ୍ୟବାଦ ଜଣାଇବା ସହିତ ମୋଦିଙ୍କ ସହ ମିଶି ଏ ଦିଗରେ କାର୍ଯ୍ୟ କରିବାକୁ ଆଗ୍ରହୀ ବୋଲି ତାଙ୍କ ଅଫିସିଆଲ ହ୍ୟାଣ୍ଡେଲ୍‌ରୁ ଟୁଇଟ୍‌ କରିଛନ୍ତି।
ବିରୋଧୀ ଦଳକୁ ନେଇ ଗଠିତ ମେଣ୍ଟ ସରକାର ଇସ୍ରାଏଲକୁ ନିରବଚ୍ଛିନ୍ନ ଭାବେ ୧୨ ବର୍ଷ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁଠାରୁ କ୍ଷମତା ଛଡ଼ାଇନେଇଛି। କ୍ଷମତା ଭାଗବଣ୍ଟା ଅନୁଯାୟୀ, ନେଫ୍‌ଟାଲି ପ୍ରଥମ ୨ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ରହିବେ। ପର ୨ ବର୍ଷ ୫୭ ବର୍ଷୀୟ ମଧ୍ୟମମାର୍ଗୀ ତଥା ୟେଶ୍‌ ଏଟିଡ୍‌ ପାର୍ଟି ଅଧ୍ୟକ୍ଷ ୟେର୍‌ ଲେପିଡ ଶାସନ ଗାଦି ସମ୍ଭାଳିବେ। ବର୍ତ୍ତମାନ ଇସ୍ରାଏଲ ବହିର୍ବ୍ୟାପାର ମନ୍ତ୍ରୀ ଥିବା ଲେପିଡ୍‌ ମଧ୍ୟ ଭାରତ ପ୍ରତିପକ୍ଷ ଏସ୍‌. ଜୟଶଙ୍କରଙ୍କ ଅଭିନନ୍ଦନ ବାର୍ତ୍ତାର ଉତ୍ତର ରଖି ଦୁଇ ଦେଶ ମଧ୍ୟରେ ରଣନୀତିକ ସମ୍ପର୍କକୁ ଆଗକୁ ନେବାକୁ ଆଗ୍ରହୀ ବୋଲି କହିଛନ୍ତି। ଅନ୍ୟପକ୍ଷରେ ମୋଦି ଭାରତ-ଇସ୍ରାଏଲ୍‌ ସମ୍ପର୍କ ପ୍ରତି ବ୍ୟକ୍ତିଗତ ଧ୍ୟାନ ଦେଇଥିବାରୁ ନେତାନ୍ୟାହୁଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?