ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଜେଡିରୁ ବହିସ୍କୃତ ହେବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କର ସମ୍ପର୍କୀୟଙ୍କୁ ପୋଲିସ ଥାନାକୁ ଡକାଇ ଥାର୍ଡ ଡିଗ୍ରୀ ପ୍ରୟୋଗ କରୁଛି। ତାଙ୍କ ବିରୋଧରେ କୌଣସି ଏତଲା କିମ୍ବା ଅଭିଯୋଗ ହୋଇ ନ ଥିଲେ ମଧ୍ୟ ଜାଣିଶୁଣି ହଇରାଣ କରାଯାଉଛି। ତେଣୁ ସୁରକ୍ଷା ପାଇଁ ସେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନସଚିବ ଏବଂ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛନ୍ତି ବୋଲି ମଙ୍ଗଳବାର ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପ୍ରଦୀପଙ୍କ କହିବାନୁଯାୟୀ ତାଙ୍କ ସମ୍ପର୍କୀୟଙ୍କୁ ନିର୍ଯାତନା ଦିଆଯିବା ସହ ସେମାନଙ୍କୁ ମୋ ବିରୋଧରେ ବୟାନ ଦେବାକୁ ବାଧ୍ୟ କରାଯାଉଛି। ସରକାର ମୋତେ ଏବଂ ମୋ ପରିବାରକୁ ହଇରାଣ କରିବା ଉଦ୍ଦେଶ୍ୟରେ ବିଭିିନ୍ନ ତଦନ୍ତକାରୀ ସଂସ୍ଥାକୁ ବ୍ୟବହାର କରୁଛନ୍ତି। ପରୀ ହତ୍ୟା ଭଳି ମାମଲାରୁ ନଜର ହଟାଇବା ପାଇଁ ମୋ ବିରୋଧରେ ଏଭଳି ଷଡ଼ଯନ୍ତ୍ର କରାଯାଉଛି। ମୁଁ ଜାଣିପାରୁନି ମୋ ବିରୋଧରେ ହେଉଥିବା ଏଭଳି ଷଡ଼ଯନ୍ତ୍ର ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜାଣିଛନ୍ତି କି ନାହିଁ। ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାକୁ ଫୋନ କଲେ ମଧ୍ୟ ତାଙ୍କ ସହିତ କଥା କରାଇ ଦିଆଯାଉ ନାହିଁ ବୋଲି ପ୍ରଦୀପ କହିଛନ୍ତି।
ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

