ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ

କୋରୁକୋଣ୍ଡା,୩୧।୮(ଅବିନାଶ ବେହେରା): ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଉଥିବା ଜଣେ ଅଭିଯୁକ୍ତଙ୍କୁ ଧରି ପିଟିପିଟି ମାରିଦେବା ଘଟଣା ସାମ୍ନାକୁ ଆସିଛି। ଏହିପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା କାଲିମେଳା ବ୍ଲକ ସଦର ଥାନା ଚିନ୍ତାଳୱାଡ଼ା ପଞ୍ଚାୟତ ଅନ୍ତର୍ଗତ ମାଝୀଗୁଡ଼ା ଗ୍ରାମରେ। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ଜଣଙ୍କୁ  ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ମାଝୀଗୁଡା ଗ୍ରାମର ମୁକା ମାଢିଙ୍କ ସ୍ତ୍ରୀ ମଣି ମାଢି(୨୪) ନଳକୂପରେ ବାସନ ଧୋଉ ଥିଲେ। ସେତିକିବେଳେ ଗ୍ରାମର ଦେବା ମାଡ଼କାମୀ ନାମକ ବ୍ୟକ୍ତି ଏକ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ସେତିକିବେଳେ କେତେଜଣ ଲୋକେ ଦୌଡ଼ି ଆସିବାରୁ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆକ୍ରମଣରେ ମହିଳାଙ୍କ ବେକ ଏବଂ ଓଠରେ ଗଭୀର ଆଘାତ ଲାଗିଥିଲା। ପରିବାର ଲୋକେ ମଣିଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଯୋଗେ କାଲିମେଳା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ l

କୋରୁକୋଣ୍ଡା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ ସୂଚନା ମୁତାବକ, ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଅଭିଯୁକ୍ତଙ୍କୁ କିଛି ଲୋକ ଧରି ନିସ୍ତୁକ ମାଡ଼ କରିଥିଲେ। ଫଳରେ ଅଭିଯୁକ୍ତ ଦେବାଙ୍କ ମୃତ୍ୟୁ ଘଟିଥିଲା। ପରବର୍ତ୍ତୀ ସମୟରେ ରାସ୍ତା କଡରେ ଥିବା ଏକ ଗଛରେ ମୃତଦେକୁ ଝୁଲାଇ ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି  ତଦନ୍ତ ଆରମ୍ଭ କରିଥିଲା। ଏପରିକି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୪ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା।

ଅଭିଯୋଗ ପରେ ପୋଲିସ କାମୱାଡା ଗ୍ରାମର ଗଙ୍ଗା ମାଢ଼ି, ରାମା ମାଢ଼ି, ଇର୍ମା ମାଢ଼ିଙ୍କ ସମେତ ଚିନ୍ତଲୱାଡା ଗ୍ରାମର ଭିମା ମାଢ଼ିଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା କୋରୁକୋଣ୍ଡା ଥାନା ଭାର ପ୍ରାପ୍ତ ଅଧିକାରୀ ରିଗାନ କିଣ୍ଡୋ ସୂଚନା ଦେଇଛନ୍ତି l ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri