ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣିଲେ ସମ୍ପର୍କୀୟ, ହସ୍ପିଟାଲ ପରିସରରେ ଉତ୍ତେଜନା

ଗଜପତି,୨୮ା୮(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ସମ୍ପର୍କୀୟମାନେ ହସ୍ପିଟାଲ ସାମ୍ନାରେ ଧାରଣାରେ ବସିବା ସହ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି।

ଶୁକ୍ରବାର ରାତିରେ ପାରଳାଖେମୁଣ୍ଡି ୫ନଂ. ଓ୍ବାର୍ଡର ସେରି ସାହିର ଏନ. ଲକ୍ଷ୍ମଣ ରାଓ ନାମକ ଜଣେ ବ୍ୟକ୍ତିଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଡ୍ୟୁଟିରେ ଥିବା ଡାକ୍ତର ଚିକିତ୍ସାରେ ଅବହେଳା କରିଥିବାରୁ ଶନିବାର ସକାଳେ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠନ ଦାବି କରି ମୃତ ଲକ୍ଷ୍ମଣଙ୍କ ସମ୍ପର୍କୀୟମାନେ ମେଡିକାଲ ରାସ୍ତା ଅବରୋଧ କରିବା ସହ ଧାରଣା ଦେଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଥିଲେ ବର୍ତ୍ତମାନ ସୁଦ୍ଧା କୌଣସି ସୁଫଳ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri