Posted inଜାତୀୟ

ମଦ ପିଇଲେ ହେବନି ଜେଲ୍‌

ପାଟନା,୨୮।୨: ବିହାରରେ ମଦ ନିଷେଧାଦେଶକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି ରାଜ୍ୟରେ ମଦ ପିଇ ଧରାପଡ଼ିଲେ ଯିବାକୁ ପଡ଼ିବନି ଜେଲ୍‌। ଏହା ବଦଳରେ କେବଳ ମଦ ମାଫିଆଙ୍କ ବିଷୟରେ ସୂଚନା ଦେବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଯଦି ମଦ ମାଫିଆ ଗିରଫ ହୋଇଯା’ନ୍ତି ତେବେ ମଦ୍ୟପାନକାରୀଙ୍କୁ ଆଉ ଜେଲ୍‌ ଯିବାକୁ ପଡ଼ିବ ନାହିଁ। ଏକ୍ସାଇଜ କମିଶନର କାର୍ତ୍ତିକେୟ ଧନଜୀ ଏନେଇ ସୂଚନା ଦେଇଛନ୍ତି। ସୂଚନା ମୁତାବକ ବିହାରର ଜେଲ୍‌ରେ ମଦ୍ୟପାନକାରୀଙ୍କ ସଂଖ୍ୟା ବୃଦ୍ଧି ହେତୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୋମବାର ଆୟୋଜିତ ହୋଇଥିବା ଏକ ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିରେ ବିହାର ପୋଲିସ ଓ ମଦ ନିଷେଧ ବିଭାଗ ସାମିଲ ହୋଇଥିବା ବେଳେ ସେମାନଙ୍କୁ ଏକ ବିଶେଷ କ୍ଷମତା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୧ ନଭେମ୍ବରରେ ବିହାର ସରକାର ଏକ ଆକଳନ ପ୍ରକାଶ କରିଥିଲେ ଯାହା ଲୋକଙ୍କୁ ଚକିତ କରିଥିଲା। ଜାନୁୟାରୀ ୨୦୨୧ରୁ ଅକ୍ଟୋବର ୨୦୨୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ସ୍ବତନ୍ତ୍ର ଚଢ଼ାଉ କରାଯାଇ ୪୯ହଜାର ୯ଶହ ଲୋକଙ୍କୁ ଗିରଫ କରାଯାଇଥିଲା। ଯେଉଁଥିରେ ମଦ୍ୟପାନକାରୀ ଓ ମଦ ମାଫିଆ ସାମିଲ ଥିଲେ। ଏହି ସମୟରେ ମୋଟ ୩୮ ଲକ୍ଷ ୭୨ ହଜାର ୬୪୫ ଲିଟର ବେଆଇନ ମଦ ଜବତ କରାଯାଇଥିଲା। ଫଳରେ ଜେଲ୍‌ ଓ ବିହାର କୋର୍ଟରେ ନିଷେଧାଦେଶ ମାମଲାଗୁଡ଼ିକର ଭାର ବଢ଼ିଯାଇଥିଲା। ପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଜାମିନ ଆବେଦନକୁ ନେଇ ଲାଗିଥିବା ଲାଇନ୍‌କୁ ଦେଖି ସୁପ୍ରିମକୋର୍ଟ ମଧ୍ୟ ଚିନ୍ତା ପ୍ରକଟ କରିଥିଲେ। ତେବେ ଆସନ୍ତା ମାର୍ଚ୍ଚ ୮ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବା ବେଳେ ବିହାର ସରକାର ଗିରଫ ନ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri