Posted inଜାତୀୟ

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ସହ ତ୍ରିରଙ୍ଗାକୁ ୨୧ଥର ସାଲ୍ୟୁଟ୍‌ କରିଛନ୍ତି। ତାଙ୍କୁ ଏହି ସର୍ତ୍ତରେ ହାଇକୋର୍ଟ ଜାମିନ ଦେଇଥିଲେ।
ଜିନ୍ଦାବାଦ୍‌ ଓ ହିନ୍ଦୁସ୍ତାନ ମୁର୍ଦ୍ଦାବାଦ୍‌ର ସ୍ଲୋଗାନ ଦେଇଥିବା ନେଇ ମଧ୍ୟପ୍ରଦେଶର ରାୟସେନ୍‌ ନିବାସୀ ଫୈଜଲ ଓରଫ ଫୈଜାନଙ୍କ ନାମରେ ଅଭିଯୋଗ ରହିଥିଲା। ଗତ ମେ’ ୧୭ରେ ମିସ୍‌ରୌଦ ପୋଲିସ ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରଥିଲା। ପୋଲିସ ଫୈଜଲଙ୍କୁ ଗିରଫ କରିବା ସହ ତାଙ୍କ ବିରୋଧରେ ଚାର୍ଜଶିଟକୁ ଟ୍ରାଏଲ କୋର୍ଟରେ ଉପସ୍ଥାପନ କରିଥିଲା। ଟ୍ରାଏଲ କୋର୍ଟରେ ଫୈଜଲଙ୍କ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁଣାଣି ସମୟରେ ସରକାରୀ ଓକିଲ ସି.କେ. ମିଶ୍ରା ଏକ ଭିଡିଓ କ୍ଲିପ୍‌କୁ ଉପସ୍ଥାପନ କରିଥିଲେ। ଅଭିଯୁକ୍ତ ଯୁବକ ବିବାଦୀୟ ସ୍ଲୋଗାନ ଦେଉଥିବା ନେଇ ଭିଡିଓରୁ ସ୍ପଷ୍ଟ ହୋଇଥିଲା। ଶୁଣାଣି ସମୟରେ ସରକାରୀ ଓକିଲ ମିଶ୍ରା କହିଥିଲେ, ଅଭିଯୁକ୍ତ ଜଣଙ୍କ ଯେଉଁ ଦେଶରେ ଜନ୍ମ ହୋଇଛନ୍ତି, ଯେଉଁଠାରେ ବଡ଼ ହୋଇଛନ୍ତି, ତାହା ବିରୋଧରେ ସ୍ଲୋଗାନ ଦେଉଛନ୍ତି। ଯଦି ଫୈଜଲ ଭାରତରେ ସନ୍ତୁଷ୍ଟ ନାହାନ୍ତି, ତେବେ ଭଲ ହେବ ଯେଉଁ ଦେଶ ସପକ୍ଷରେ ସେ ସ୍ଲୋଗାନ ଦେଇଛନ୍ତି, ସେହି ଦେଶକୁ ଚାଲିଯାଆନ୍ତୁ। ଶୁଣାଣି ପରେ ହାଇକୋର୍ଟ ଫୈଜଲଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଜଷ୍ଟିସ୍‌ ଦିନେଶ କୁମାର ପାଲିବାଲଙ୍କ ଖଣ୍ଡପୀଠ ଫୈଜଲଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ସହ ନିର୍ଦ୍ଦେଶ ଦେଇଥିଲେ, ଟ୍ରାଏଲ ଶେଷ ହେବା ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ପ୍ରଥମ ଓ ଚତୁର୍ଥ ମଙ୍ଗଳବାର ଫୈଜଲଙ୍କୁ ମିସ୍‌ରୌଦ ଥାନାରେ ଥିବା ତ୍ରିରଙ୍ଗାକୁ ୨୧ ଥର ସାଲ୍ୟୁଟ କରିବା ସହ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ଦେବାକୁ ପଡ଼ିବ। ଭୋପାଳ ପୋଲିସ କମିଶନରଙ୍କୁ ଏହି ସର୍ତ୍ତ ପାଳନ କରିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ଏହି ନିର୍ଦ୍ଦେଶକୁ ପାଳନ କରିବା ପାଇଁ ମଙ୍ଗଳବାର ଫୈଜଲକୁ ମିସ୍‌ରୌଦ ଥାନା ଅଣାଯାଇଥିଲା ଏବଂ ସେ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ସହ ୨୧ ଥର ତ୍ରିରଙ୍ଗାକୁ ସାଲ୍ୟୁଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri