ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନୁଧ୍ୟାନ କରିଛନ୍ତି। ବିଧାୟକ ନାୟକ ବିଭିନ୍ନ ୱାର୍ଡ ବୁଲି ବର୍ଷାଜନିତ ସମସ୍ୟା ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିବା ସହ ଏହାର ଶୀଘ୍ର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷ କରି ବର୍ଷା ଯୋଗୁ ଅଞ୍ଚଳରେ ନିଷ୍କାସନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇ ଜଳବନ୍ଦୀ ସମସ୍ୟା ଉପୁଜିଥିବା ନେଇ ସ୍ଥାନୀୟ ବାସିନ୍ଦା ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଲୋକଙ୍କ ସମସ୍ୟା ଶୁଣିବା ପରେ ବିଧାୟକ ତୁରନ୍ତ ଘଟଣାସ୍ଥଳରୁ ବିଭାଗୀୟ ଅଧିକାରୀମାନଙ୍କ ସହ କଥା ହୋଇ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନେବାକୁ କହିଥିଲେ। ଏହା ପୂର୍ବରୁ ଶୁକ୍ରବାର ଦିନ ମଧ୍ୟ ବିଧାୟକ ଗଞ୍ଜାମ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରି ବର୍ଷା ଓ ନଦୀଜଳ ବୃଦ୍ଧିଜନିତ ସ୍ଥିତି ଅନୁଧ୍ୟାନ କରିବା ସହ ବିପଦପୂର୍ଣ୍ଣ ଅଞ୍ଚଳର ଲୋକଙ୍କ ସୁରକ୍ଷା ଓ ସହାୟତା ଯୋଗାଣ ଉପରେ ଗୁରୁତ୍ୱ ଦେଇଥିଲେ।

ଏହି ପରିଦର୍ଶନ ସମୟରେ ତହସିଲଦାର ସୁକାନ୍ତ ମିଶ୍ର, ଏନ୍‌ଏସି ଅଧ୍ୟକ୍ଷାଙ୍କ ପ୍ରତିନିଧି ବିନୋଦ ପାଢ଼ୀଙ୍କ ସମେତ ବିଭାଗୀୟ କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?