ଚଳିତବର୍ଷ ଦୀପାବଳିରେ ଆରମ୍ଭ ହେବ ଜିଓ ୫ଜି ସେବା

ମୁମ୍ବାଇ,୨୯।୮: ଦେଶରେ ସ୍ମାର୍ଟଫୋନ ଓ ଇଣ୍ଟରନେଟ ବ୍ୟବହାରକାରୀମାନଙ୍କ ପାଇଁ ଖୁସିଖବର। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ସାଧାରଣ ସଭାରେ ୫ଜି ସେବା ଆରମ୍ଭ ବିଷୟରେ ମୁକେଶ ଅମ୍ବାନୀ ଏକ ବଡ ଘୋଷଣା କରିଛନ୍ତି। ମୁକେଶ ଅମ୍ବାନୀ କହିଛନ୍ତି, ଚଳିତବର୍ଷ ଦୀପାବଳିରେ ଜିଓ ୫ଜି ସେବା ଆରମ୍ଭ ହେବ। ପ୍ରାରମ୍ଭରେ କମ୍ପାନୀ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଜିଓ ୫ଜି ସେବା ଆରମ୍ଭ କରିବ। ଡିସେମ୍ବର ୨୦୨୩ ସୁଦ୍ଧା ସାରା ଦେଶରେ ଜିଓ ୫ଜି ଇଣ୍ଟରନେଟ ସେବା ଆରମ୍ଭ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି।
ମୁକେଶ ଅମ୍ବାନୀ ଆହୁରି ମଧ୍ୟ କହିଛନ୍ତି, ଜିଓ ୫ଜି ବହୁତ ଭଲ ମାନର ଇଣ୍ଟରନେଟ ସଂଯୋଗ ଅତି ସୁଲଭ ମୂଲ୍ୟରେ ଯୋଗାଇବ। ଜିଓ ୫ଜି ଦୁନିଆର ସବୁଠାରୁ ବଡ ଏବଂ ଉନ୍ନତ ୫ଜି ନେଟୱାର୍କ ହେବ। ଏହି ଇଭେଣ୍ଟରେ ଉପଭୋକ୍ତା ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ମୁକେଶ ଅମ୍ବାନୀ ଜିଓ ୫ଜିକୁ ‘True 5G’ ବୋଲି କହିଥିଲେ।
ସୂଚନାଯୋଗ୍ୟ, ଦେଶର ୧୦୦୦ଟି ସହରରେ ୫ଜି ସେବା ଆରମ୍ଭ କରିବା ଲାଗି ରିଲାଏନ୍ସ ଜିଓ ଯୋଜନା ପ୍ରସ୍ତୁତ କରିସାରିଥିବା ଜଣାଇଛି। ନିକଟରେ ଶେଷ ହୋଇଥିବା ୫ଜି ସ୍ପେକ୍ଟ୍ରମ ନିଲାମ କମ୍ପାନୀ ପ୍ରାୟ ୬୦ ପ୍ରତିଶତ ସ୍ପେକ୍ଟ୍ରମ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri