ଚଳିତବର୍ଷ ଦୀପାବଳିରେ ଆରମ୍ଭ ହେବ ଜିଓ ୫ଜି ସେବା

ମୁମ୍ବାଇ,୨୯।୮: ଦେଶରେ ସ୍ମାର୍ଟଫୋନ ଓ ଇଣ୍ଟରନେଟ ବ୍ୟବହାରକାରୀମାନଙ୍କ ପାଇଁ ଖୁସିଖବର। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ସାଧାରଣ ସଭାରେ ୫ଜି ସେବା ଆରମ୍ଭ ବିଷୟରେ ମୁକେଶ ଅମ୍ବାନୀ ଏକ ବଡ ଘୋଷଣା କରିଛନ୍ତି। ମୁକେଶ ଅମ୍ବାନୀ କହିଛନ୍ତି, ଚଳିତବର୍ଷ ଦୀପାବଳିରେ ଜିଓ ୫ଜି ସେବା ଆରମ୍ଭ ହେବ। ପ୍ରାରମ୍ଭରେ କମ୍ପାନୀ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଜିଓ ୫ଜି ସେବା ଆରମ୍ଭ କରିବ। ଡିସେମ୍ବର ୨୦୨୩ ସୁଦ୍ଧା ସାରା ଦେଶରେ ଜିଓ ୫ଜି ଇଣ୍ଟରନେଟ ସେବା ଆରମ୍ଭ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି।
ମୁକେଶ ଅମ୍ବାନୀ ଆହୁରି ମଧ୍ୟ କହିଛନ୍ତି, ଜିଓ ୫ଜି ବହୁତ ଭଲ ମାନର ଇଣ୍ଟରନେଟ ସଂଯୋଗ ଅତି ସୁଲଭ ମୂଲ୍ୟରେ ଯୋଗାଇବ। ଜିଓ ୫ଜି ଦୁନିଆର ସବୁଠାରୁ ବଡ ଏବଂ ଉନ୍ନତ ୫ଜି ନେଟୱାର୍କ ହେବ। ଏହି ଇଭେଣ୍ଟରେ ଉପଭୋକ୍ତା ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ମୁକେଶ ଅମ୍ବାନୀ ଜିଓ ୫ଜିକୁ ‘True 5G’ ବୋଲି କହିଥିଲେ।
ସୂଚନାଯୋଗ୍ୟ, ଦେଶର ୧୦୦୦ଟି ସହରରେ ୫ଜି ସେବା ଆରମ୍ଭ କରିବା ଲାଗି ରିଲାଏନ୍ସ ଜିଓ ଯୋଜନା ପ୍ରସ୍ତୁତ କରିସାରିଥିବା ଜଣାଇଛି। ନିକଟରେ ଶେଷ ହୋଇଥିବା ୫ଜି ସ୍ପେକ୍ଟ୍ରମ ନିଲାମ କମ୍ପାନୀ ପ୍ରାୟ ୬୦ ପ୍ରତିଶତ ସ୍ପେକ୍ଟ୍ରମ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri