ଏନ୍‌ଏସ୍‌ଡିସି ସହ ରିଲାଏନ୍ସ ଫାଉଣ୍ଡେଶନର ସହଭାଗିତା

ଭୁବନେଶ୍ୱର,୧୯।୨ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ସାମାଜିକ ସଂସ୍ଥା ରିଲାଏନ୍ସ ଫାଉଣ୍ଡେଶନ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ବିଶେଷକରି ୫ଲକ୍ଷ ଭାରତୀୟ ଯୁବତୀଯୁବକଙ୍କ ପାଇଁ ଭବିଷ୍ୟତରେ ଆବଶ୍ୟକ ହେବାକୁ ଥିବା ଦକ୍ଷତା ବିକାଶ ଉପରେ ଆଧାରିତ ପାଠ୍ୟକ୍ରମ ପ୍ରସ୍ତୁତ କରାଯିବ। ଉକ୍ତ ପାଠ୍ୟକ୍ରମ ବିକାଶ ଏବଂ ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ସହିତ ଏଡ୍‌ଟେକ, ସାଇବର ସୁରକ୍ଷା, ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ, ପରିବେଶ ସ୍ଥାୟିତ୍ୱ, ନୀତି ବିଶ୍ଳେଷଣ ଭଳି ବିଭିନ୍ନ କ୍ଷେତ୍ର ଉପରେ କାର୍ଯ୍ୟ କରିବ ବୋଲି ଉକ୍ତ ସହଭାଗିତାରେ ଗୁରୁତ୍ୱ ପ୍ରଦାନ କରାଯିବ।

ଏପରିକି ରିଲାଏନ୍ସ ଫାଉଣ୍ଡେଶନର ଡିଜିଟାଲ ଫରୱାର୍ଡ ଆପ୍ରୋଚ୍‌ ଭବିଷ୍ୟତର ନୂଆ କ୍ୟାରିୟର ପାଇଁ ଆଗ୍ରହୀ ଯୁବବର୍ଗଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିବ ବୋଲି ଆଶା କରାଯାଉଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଦକ୍ଷତା, ପୁନଃଦକ୍ଷତା (ରି-ସ୍କିଲିଂ) ଓ କୌଶଳ ଉନ୍ନତିର ମନ୍ତ୍ର ଆପଣାଇ ଭାରତ ବର୍ତ୍ତମାନ ଆଦୌ ଅଟକିବ ନାହିଁ, ପୁନଃଦକ୍ଷତା ବିକାଶ ପରିବ୍ୟବସ୍ଥାରେ ବିଭିନ୍ନ ଡିଜିଟାଲ୍‌ ସେବାକୁ ବ୍ୟବହାର କରି ପ୍ରତ୍ୟେକ ଯୁବତୀଯୁବକଙ୍କ ପାଇଁ ଯେକୌଣସି ସମୟ ଓ ସ୍ଥାନରେ ନିଜର ଦକ୍ଷତା ବିକାଶ ପାଇଁ ସୁବିଧା ଉପଲବ୍ଧ କରାଇବାକୁ ସୁନିଶ୍ଚିତ କରାଯାଉଛି। ସେହିଭଳି ରିଲାଏନ୍ସ ଫାଉଣ୍ଡେଶନର ସିଇଓ ଜଗନ୍ନାଥ କୁମାର କହିଛନ୍ତି, ବିଶ୍ୱର ସବୁଠାରୁ ଅଧିକ ଯୁବ ଜନସଂଖ୍ୟା ଭାରତରେ ରହିଛି ଏବଂ ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ଦକ୍ଷତା ପ୍ରଦାନ କରିବାକୁ ଆମେ ପ୍ରୟାସ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri