ଏନ୍‌ଏସ୍‌ଡିସି ସହ ରିଲାଏନ୍ସ ଫାଉଣ୍ଡେଶନର ସହଭାଗିତା

ଭୁବନେଶ୍ୱର,୧୯।୨ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ସାମାଜିକ ସଂସ୍ଥା ରିଲାଏନ୍ସ ଫାଉଣ୍ଡେଶନ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ବିଶେଷକରି ୫ଲକ୍ଷ ଭାରତୀୟ ଯୁବତୀଯୁବକଙ୍କ ପାଇଁ ଭବିଷ୍ୟତରେ ଆବଶ୍ୟକ ହେବାକୁ ଥିବା ଦକ୍ଷତା ବିକାଶ ଉପରେ ଆଧାରିତ ପାଠ୍ୟକ୍ରମ ପ୍ରସ୍ତୁତ କରାଯିବ। ଉକ୍ତ ପାଠ୍ୟକ୍ରମ ବିକାଶ ଏବଂ ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ସହିତ ଏଡ୍‌ଟେକ, ସାଇବର ସୁରକ୍ଷା, ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ, ପରିବେଶ ସ୍ଥାୟିତ୍ୱ, ନୀତି ବିଶ୍ଳେଷଣ ଭଳି ବିଭିନ୍ନ କ୍ଷେତ୍ର ଉପରେ କାର୍ଯ୍ୟ କରିବ ବୋଲି ଉକ୍ତ ସହଭାଗିତାରେ ଗୁରୁତ୍ୱ ପ୍ରଦାନ କରାଯିବ।

ଏପରିକି ରିଲାଏନ୍ସ ଫାଉଣ୍ଡେଶନର ଡିଜିଟାଲ ଫରୱାର୍ଡ ଆପ୍ରୋଚ୍‌ ଭବିଷ୍ୟତର ନୂଆ କ୍ୟାରିୟର ପାଇଁ ଆଗ୍ରହୀ ଯୁବବର୍ଗଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିବ ବୋଲି ଆଶା କରାଯାଉଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଦକ୍ଷତା, ପୁନଃଦକ୍ଷତା (ରି-ସ୍କିଲିଂ) ଓ କୌଶଳ ଉନ୍ନତିର ମନ୍ତ୍ର ଆପଣାଇ ଭାରତ ବର୍ତ୍ତମାନ ଆଦୌ ଅଟକିବ ନାହିଁ, ପୁନଃଦକ୍ଷତା ବିକାଶ ପରିବ୍ୟବସ୍ଥାରେ ବିଭିନ୍ନ ଡିଜିଟାଲ୍‌ ସେବାକୁ ବ୍ୟବହାର କରି ପ୍ରତ୍ୟେକ ଯୁବତୀଯୁବକଙ୍କ ପାଇଁ ଯେକୌଣସି ସମୟ ଓ ସ୍ଥାନରେ ନିଜର ଦକ୍ଷତା ବିକାଶ ପାଇଁ ସୁବିଧା ଉପଲବ୍ଧ କରାଇବାକୁ ସୁନିଶ୍ଚିତ କରାଯାଉଛି। ସେହିଭଳି ରିଲାଏନ୍ସ ଫାଉଣ୍ଡେଶନର ସିଇଓ ଜଗନ୍ନାଥ କୁମାର କହିଛନ୍ତି, ବିଶ୍ୱର ସବୁଠାରୁ ଅଧିକ ଯୁବ ଜନସଂଖ୍ୟା ଭାରତରେ ରହିଛି ଏବଂ ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ଦକ୍ଷତା ପ୍ରଦାନ କରିବାକୁ ଆମେ ପ୍ରୟାସ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?